ବଜ୍ରାଘାତରେ ମହିଳା ମୃତ

କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସୁନୀତି ପଂଚାୟତ ଗୋଚ୍ଛାୟତପଡ଼ାରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛିି। ମୃତକ ହେଲେ ଅଞ୍ଜନା ମଣ୍ଡଳ(୪୦)। ଆଜି ଅପରାହ୍ନରେ ଘଡଘଡି ସହ ବର୍ଷା ପବନ ହୋଇ ବଜ୍ରପାତ ହୋଇଥିଲା। ଅଞ୍ଜନା ଘର ପାଖରେ କାମ କରୁଥିବା ବେଳେ ବଜ୍ରଘାତ ଲାଗିଥିଲା । ଫଳରେ ସେ ଗୁରୁତର ହୋଇ ପଡିଥିଲେ। ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ରାଜନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷେ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ମହାକାଳପଡ଼ା ତହସିଲଦାର ଶିବ ମଲିକଙ୍କୁ ପଚାରିବାରେ ତଦନ୍ତ ପରେ ଆଇନ ଅନୁସାରେ ସରକାରୀ ସହାୟତା ପ୍ରଦାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Discover more from

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Next Post

ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା , ଉପେକ୍ଷିତ ହୋଇ ଜୀବନ ବିତାଉଛନ୍ତି

Sun Feb 23 , 2025
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଂଚଳରେ ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅସହାୟ ବୃଦ୍ଧାବୃଦ୍ଧ ଓ ଅଚିହ୍ନା ଅଜଣା ରୋଗୀ ଉପେକ୍ଷିତ ହୋଇ ଅଭିଶପ୍ତ ଜୀବନଯାପନ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ ଅଂଚଳର ହୋଇଥିବାବେଳେ ଆଉ କେତେକ ବାହାର ରାଜ୍ୟର ବୋଲି କୁହାଯାଉଛି । ସେମାନଙ୍କୁ ସ୍ୱସ୍ଥ୍ୟସେବା ପାଇଁ ସ୍ୱାସ୍ଥ୍ୟ ବିଭାଗର ସହଯୋଗ ମିଳୁନାହିଁ କି ରହଣି ନେଇ ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁନାହିଁ […]

ଲୋକମତ

Breaking News

Discover more from

Subscribe now to keep reading and get access to the full archive.

Continue reading