କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସୁନୀତି ପଂଚାୟତ ଗୋଚ୍ଛାୟତପଡ଼ାରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛିି। ମୃତକ ହେଲେ ଅଞ୍ଜନା ମଣ୍ଡଳ(୪୦)। ଆଜି ଅପରାହ୍ନରେ ଘଡଘଡି ସହ ବର୍ଷା ପବନ ହୋଇ ବଜ୍ରପାତ ହୋଇଥିଲା। ଅଞ୍ଜନା ଘର ପାଖରେ କାମ କରୁଥିବା ବେଳେ ବଜ୍ରଘାତ ଲାଗିଥିଲା । ଫଳରେ ସେ ଗୁରୁତର ହୋଇ ପଡିଥିଲେ। ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ରାଜନଗର […]
ପଟ୍ଟାମୁଣ୍ଡାଇ ତା ୨୨/୨- ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଲିକଣା ପଂଚାୟତ ଧଣିଆପଲ୍ଲୀ ଗ୍ରାମରେ ଆଜି ଏକ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ ହୋଇଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ମହିଳାଙ୍କ ଶବ ଜବତ କରିବା ସହିତ ବ୍ୟବଛେଦ ପାଇଁ ପଠାଇଛି । ଗ୍ରାମାଞ୍ଚଳ ଥାନା ପୋଲିସ ଏ ସମ୍ପର୍କ ରେ ମୋକଦମା ନଂ – […]
କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ନୂତନ ଫୌଜଦାରୀ ସଂଶୋଧିତ ଆଇନ ଯାହାକି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଭାରତୀୟ ସାକ୍ଷ୍ୟ ଅଧିନିୟମ ସମ୍ପର୍କରେ ଏକ ଆଲୋଚନା ଚକ୍ର ଜିଲ୍ଲା ଓକିଲ ସଂଘ ସଭାପତି ଆଇନଜୀବୀ ଧ୍ରୁବଚରଣ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବାର୍ କାଉନ୍ସିଲ୍ ଓ ରାଜ୍ୟ ଆଇନଜୀବୀ ସଂଘର ପୂର୍ବତନ […]
କେନ୍ଦ୍ରାପଡ଼ା,୨୦ା୨: ବରିଷ୍ଠ ଆଇନଜୀବୀ ଭୀମସେନ ଭୂୟାଁଙ୍କୁ ବିଜୁ ଜନତା ଦଳର ଜିଲ୍ଲା ନିର୍ବାଚନ ଅଧିକାରୀ ଭାବେ ରାଜ୍ୟ ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ କେଶରୀ ଦେବ ନିଯୁକ୍ତି ପ୍ରଦାନ କରିଛନ୍ତି। ତାଙ୍କ ଉପରେ ଦଳ ଆସ୍ଥା ପ୍ରକଟ କରିଥିବାରୁ ଶ୍ରୀ ଭୂୟାଁ ଦଳର ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ତଥା ଆଳି ବିଧାୟକ ପ୍ରତାପ କେଶରୀ ଦେବଙ୍କୁ କୃତଜ୍ଞତା […]
କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଏକ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ପୈାରାଧ୍ୟକ୍ଷା ସରିତା ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କେନ୍ଦ୍ରାପଡାରେ ଏଭଳି ଟୁର୍ଣ୍ଣାମେଣ୍ଟର ଆୟୋଜନ ଦ୍ୱାରା ଯୁବବର୍ଗଙ୍କ ମଧ୍ୟରେ କ୍ରୀଡା ପ୍ରତି ଆଗ୍ରହ ସୃଷ୍ଟି ହେବା ସହିତ ଆମ ଜିଲ୍ଲାରେ ବହୁ […]
ପଟ୍ଟାମୁଣ୍ଡାଇ୧୯ା୨:କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳରାସ୍ତା ପାଶ୍ୱରେ ଜଣେ ଠିକାଦାର ନୟନଜୋରି ପୋତେଇ ପାଇଁ ମାଟି କାମ କରିଥିଲେ । ହେଲେ କମବେଳେ ପିଚୁ ରାସ୍ତାରେ ଚିକିଟା ମାଟି ପଡିରହିଥିଲା । ବୁଧବାର ସଂନ୍ଧ୍ୟାରେ ବାର୍ଷା ହେବାରୁ ମାଟି ରାସ୍ତାକୁ ବୋହିଆସି କାଦୁଅ ହୋଇଯାଇଛି। ଫଳରେ ଏହି ରାସ୍ତା ଦେଇ ଚଳାଚଳ କରୁଥିବା ଗାଡ଼ି ଚକା ଖସି ୨ ବାଇକ ଆରୋହୀ ରାସ୍ତାରେ ପଡ଼ି ଖଣ୍ଡିଆ ଖାବରା ହୋଇ ଚିକିତ୍ସା ହେଉଛନ୍ତି। […]
କେନ୍ଦ୍ରାପଡ଼ା,୧୯ା୨: ସରକାର ଏଲିମେଣ୍ଟାରୀ ଶିକ୍ଷାର ଉନ୍ନତି ପାଇଁ ମଧ୍ୟାହ୍ନ ଭୋଜନ ଠାରୁ ଆରମ୍ଭ କରି ସମସ୍ତପିଲାଙ୍କୁ ମାଗଣା ବହି ଯୋଗାଇ ଦେଉଛନ୍ତି। ଏଥିସହିତ ସମସ୍ତ ଶିକ୍ଷକଙ୍କୁ ନୂତନ ଶିକ୍ଷା ପଦ୍ଧତିରେ ପ୍ରଶିକ୍ଷଣ ଦିଆଯାଉଛି। ଏସବୁ କାର୍ଯ୍ୟକ୍ରମକୁ ତଦାରଖ କରିବା ପାଇଁ ପ୍ରତି ବ୍ଲକ ସ୍ତରରେ ମଣ୍ଡଳ ଶିକ୍ଷା ଅଧିକାରୀ(ବି.ଇ.ଓ.), ବି.ଆର.ସି.ସି. ଓ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀମାନେ ଅଛନ୍ତି। କିନ୍ତୁ ବାଡ ଯଦି ଫସଲ ଖାଏ ତେବେ କ’ଣ ବା […]
କେନ୍ଦ୍ରାପଡା,୧୯ା୨: ଆଳି ବ୍ଲକର ବିଜେଡି ଯୁବ ସଭାପତି କେଦାରନାଥ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରୁନାହିଁ। ଯାହା ଫଳରେ ଏହି ଅଭିଯୁକ୍ତମାନେ ଅଭିଯୋଗକାରୀଙ୍କୁ ମାମଲା ଉଠାଇଦେବା ପାଇଁ ହତ୍ୟା ଧମକ ଦେଉଛନ୍ତି। ଥାନାରୁ ନ୍ୟାୟ ନମିଳିବା ପରେ ଅଭିଯୋଗକାରୀ ଓ ବିଜେଡିର ତୁଙ୍ଗନେତାମାନେ ବୁଧବାର ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ନେତୃତ୍ୱରେ ବିଜେଡି […]
କେନ୍ଦ୍ରାପଡ଼ା, ୧୯ା୨ : ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଏକ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳାକୁ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଘନଶ୍ୟାମ ସା ଏହି […]
ପଟ୍ଟାମୁଣ୍ଡାଇ ୧୯/୨ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ନିକଟସ୍ଥ ଖଡିଅଂଟା ଗ୍ରାମରେ ଶ୍ରୀ ଶ୍ରୀ କପିଳେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ହୋମଯଜ୍ଞ ଉତ୍ସବ ମହାସମାରୋହରେ ବୁଧବାର ଶୁଭଆରମ୍ଭ ହୋଇଛି। ଏହି ଉପଲକ୍ଷେ ବୁଧବାର ପ୍ରତ୍ୟଷରୁ ଗ୍ରାମର ମହିଳା ଓ ପୁରୁଷ କଳସ ଶୋଭାଯାତ୍ରା ଯାଇ ପବିତ୍ର ଗୋବରୀ ନଦୀର କଳିଙ୍ଗା ଘାଟରୁ ଶୁଦ୍ଧ ଜଳ ଅଣାଯାଇ ମନ୍ଦିର ନିକଟସ୍ଥ ଯଜ୍ଞ ଗୃହରେ ଘଟ ସ୍ଥାପନା କରିଥିଲେ। ଏହାପରେ, ଗୁରୁ ପୂଜା, ଧରିତ୍ରୀ […]