ପଟ୍ଟାମୁଣ୍ଡାଇ : ୩୧/୩- ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁରଶାସନ ନୋଡାଲ ହାଇସ୍କୁଲରେ ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ମଦନପୁର ହାଇସ୍କୁଲ ପ୍ରଧାନଶିକ୍ଷକ ବିଜୟ କୁମାର ସ୍ବାଇଁ, ପୂର୍ବତନ ପ୍ରଧାନଶିକ୍ଷକ ବିଜୟ କୁମାର ଆଚାର୍ଯ୍ୟ, ସରପଂଚ ସଂଗ୍ରାମ ବାରିକ, ସାମ୍ବାଦିକ ଜଗନ୍ନାଥ ଆଚାର୍ଯ୍ୟ , ସ୍କୁଲ କମିଟି ସଭାପତି ବାସୁଦେବ ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ […]
କେନ୍ଦ୍ରାପଡ଼ା,୩୧ା୩: ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ଊନବିଂଶତମ ବାର୍ଷିକ ବନ୍ଧୁମିଳନ ଓ ପ୍ରତିଭା ସମ୍ମାନ ଉତ୍ସବ ସ୍ଥାନୀୟ ଗୌରୀଶଙ୍କର ହୋଟେଲ୍ରେ ଅନୁଷ୍ଠିତ ହୋଇଯାଇଛି । ସଂଗଠନର ସଭାପତି ପୂର୍ଣ୍ଣାନନ୍ଦ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବକୁ ସାଧାରଣ ସମ୍ପାଦକ ନରୋତ୍ତମ ଜେନା ସଂଯୋଜନା କରିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ । ବରିଷ୍ଠ ସଭ୍ୟ ହେମନ୍ତ କୁମାର ଜେନା ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ […]
କେନ୍ଦ୍ରାପଡ଼ା,୩୧ା୩: ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ରଙ୍କ ଶୁଭ ଜନ୍ମ ମହୋତ୍ସବ ଶ୍ରୀରାମନବମୀ ଅବସରରେ ପରମପୂଜ୍ୟ ବାବା ଶ୍ରୀଶ୍ରୀବୈକୁଣ୍ଠନାଥଙ୍କ ଦ୍ୱାରା ପ୍ରତିଷ୍ଠିତ ଗରାପୁରସ୍ଥିତ ଶ୍ରୀମହାବୀର ହନୁମାନ ଆଶ୍ରମରେ ନବଦିନ ବ୍ୟାପି ଶ୍ରୀରାମଚରିତ ମାନସ ପାରାୟଣ ଓ ପ୍ରବଚନ ଜ୍ଞାନଯଜ୍ଞ ଶନିବାର ଠାରୁ ଆରମ୍ଭ ହୋଇଛି। ପ୍ରତ୍ୟେକ ଦିନ ସକାଳ ଓ ଅପରାହ୍ନରେ ଶ୍ରୀରମଚରିତ ମାନସ, ତୁଳସୀ ରାମାୟଣ ପାରାୟଣ ଅନୁଷ୍ଠିତ ହେଉଥିବା ବେଳେ ସନ୍ଧ୍ୟାରେ ବିଭିନ୍ନ ସାଧୁସନ୍ଥ ଓ ବିଜ୍ଞ ପ୍ରବଚକମାନଙ୍କ ଦ୍ୱାରା […]
କେନ୍ଦ୍ରାପଡା,୩୧ା୩: ଡେରାବିଶ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସଭାଗୃହରେ ଆଜି ଇଦ୍ ପର୍ବ ଉପଲେକ୍ଷ ଏକ ଶାନ୍ତି ସଦ୍ଭାବନା ଓ ପିଲାମାନଙ୍କ ମଧ୍ୟରେ ଧର୍ମ, ବର୍ଣ୍ଣ, ଜାତି ନିର୍ବିଶେଷରେ ସମସ୍ତେ ଭାରତୀୟ ଓ ରାଷ୍ଟ୍ରର ଉନ୍ନତି ସର୍ବାଗ୍ରେ ଭାବନା ସୃଷ୍ଟି ଉଦ୍ଦେଶ୍ୟ ନେଇ କାର୍ଯ୍ୟକ୍ରମଟି ଆୟୋଜିତ କରାଯାଇଥିଲା । ଏହି ସଦ୍ଭାବନା ଓ ଭାଇଚାରା ପର୍ବ ଇଦ୍ର ମର୍ମକୁ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ ବେହେରା ବୁଝାଇବାକୁ ଯାଇ କହିଲେ […]
କେନ୍ଦ୍ରାପଡ଼ା,୩୧ା୩: କଂସାର ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ରାଉଳଙ୍କୁ ବିଦ୍ୟାଳୟ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପ୍ରଧାନଶିକ୍ଷକ ଶ୍ରୀ ରାଉଳ ଗତ ୨୦୨୧ମସିହାରେ ଏହି ବିଦ୍ୟାଳୟରେ ଯୋଗଦେଇଥିଲେ। ତାଙ୍କର କାର୍ଯ୍ୟଦକ୍ଷତା, ନିଷ୍ଠା ଓ ସମୟାନୁବର୍ତ୍ତିତା ପାଇଁ ସେ ସମସ୍ତ ଙ୍କର ପ୍ରିୟଭାଜନ ହୋଇପାରିଥିଲେ। ଶ୍ରୀ ରାଉଳଙ୍କୁ ବିଦ୍ୟାଳୟ ପକ୍ଷରୁ ପୁଷ୍ପଗୁଛ, ଉତ୍ତରୀୟ ଓ ଶାଲ, କଲମ ପଦାନ ପୂର୍ବକ ସମ୍ବର୍ଦ୍ଧିନା ଜ୍ଞାପନ କରାଯାଇଥିଲା। […]
କେନ୍ଦ୍ରାପଡା,୩୧ା୩ : କେନ୍ଦ୍ରାପଡା ଜିଲ୍ଲାର ପ୍ରଥମ ବିଦ୍ୟୁତିକ ଗଣମାଧ୍ୟମ ଇଟିଭିର ସାମ୍ବାଦିକ ନାରାୟଣଚନ୍ଦ୍ର ସାହାଣୀ ୬୪ ବର୍ଷ ବୟସରେ ଆଜି ହୃଦ୍ଘାତରେ ଦେହାନ୍ତ ହୋଇଯାଇଛି। ସ୍ୱର୍ଗତ ସାହାଣୀ ୨୦୨୨ ମସିହାରେ ଘଟିଥିବା ରାସ୍ତା ଦୁର୍ଘଟଣାରେ ଆହାତ ହୋଇ ପକ୍ଷାଘାତ ଅବସ୍ଥାରେ ପାଟକୁରାରେ ଥିବା ତାଙ୍କ ସହଧର୍ମିଣୀଙ୍କ ବାସଭବନରେ ରହୁଥିଲେ। ଗତ ୨୭ ତାରିଖରେ ତାଙ୍କ ଦେହ ଗୁରୁତର ଅସୁସ୍ଥ ହୋଇଯିବାରୁ ତାଙ୍କ ଭୁବନେଶ୍ୱରର ସମ୍ ହସ୍ପିଟାଲରେ ଚିକିତ୍ସିତ କରାଯାଇଥିଲା। ଆଜି […]
ପଟ୍ଟାମୁଣ୍ଡାଇ ୩୦/୩ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସି ଯୋଗେ ଏହି ଯୋଜନାର ଶୁଭ ଉଦଘାଟନ କରିଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଏହି ଯୋଜନାର ରାଜ୍ୟସ୍ତରୀୟ ଉଦ୍ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ କରାଯାଇଛି। ପଟ୍ଟାମୁଣ୍ଡାଇ ବ୍ଲକର ୩୧ ପଂଚାୟତର ଭିନ୍ନକ୍ଷମ ଓ ଅସହାୟ ଅବସ୍ଥାଦ୍ରେ ଥିବା ପରିବାର ଓ ବ୍ୟକ୍ତିଙ୍କୁ […]
କେନ୍ଦ୍ରାପଡା,୩୦ା୩: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର ଚାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ଚୈତ୍ର ଶୁକ୍ଳ ପ୍ରତିପଦ ତିଥିରେ “ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ’ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ତଳବାରଙ୍ଗସ୍ଥିତ ମା ମରିଚିଆଣିଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା । ଅନୁଷ୍ଠାନ ପକ୍ଷରୁ ଶାନ୍ତି ମାର୍ଜନା ହୋମ କରାଯାଇଥିଲା । ଏହି ଆଧ୍ୟାତ୍ମିକ ଉତ୍ସବରେ ଅନୁଷ୍ଠାନର ସଦସ୍ୟ ଯୋଗଦେଇ ବିଶ୍ୱ ମଙ୍ଗଳ ପାଇଁ ପ୍ରାର୍ଥନା କରିଥିଲେ । ଏହି ଅବସରରେ […]
କେନ୍ଦ୍ରାପଡା,୩୦ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ଉତ୍ସବ ସକାଳ ୧୧ ଘଟିକାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓଡିଶା ସରକାରଙ୍କ ଆନୁକୂଲ୍ୟରେ ରାଜ୍ୟରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆନୁଷ୍ଠାନିକ ଭାବେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି […]
କେନ୍ଦ୍ରାପଡ଼ା,୩୦ା୩ : ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ହିନ୍ଦୁ ନବବର୍ଷ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆଶ୍ରମର ଭକ୍ତମାନଙ୍କ ଗହଣରେ ହିନ୍ଦୁ ନବବର୍ଷର ପ୍ରାରମ୍ଭ ଦିବସରେ ବିଶ୍ୱସ୍ରଷ୍ଟାଙ୍କୁ ବିଶ୍ୱ ତଥା ସମସ୍ତଙ୍କର ମଙ୍ଗଳ ଓ ଶାନ୍ତି ନିମନ୍ତେ ପ୍ରାର୍ଥନା କରାଯାଇଥିଲା। ଏହି ଦିବସର ବୈଶିଷ୍ଟ ସମ୍ପର୍କରେ ଶ୍ରୀମା ଆଲୋକପାତ କରିଥିଲେ। ସେ କହିଥିଲେ ଯେ ବିକ୍ରମାଦିତ୍ୟ ସମ୍ବତ୍ସର ଆରମ୍ଭ ଏବଂ ଧର୍ମରାଜ ଯୁଧିଷ୍ଟିରଙ୍କର […]