ଆନ୍ଦୋଳନରେ ପହଞ୍ଚିବେ ରାହୁଲ : ଭକ୍ତ ଦାସ

blank
ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ ଅଧିକାରୀ । ସବୁ ଗେଟ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ତେବେ କଂଗ୍ରେସର ପଦଯାତ୍ରା ମଧ୍ୟରେ ପିସିସି ସଭାପତି ଭକ୍ତ ଦାସ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଆନ୍ଦୋଳନ ଆହୁରି ବ୍ୟାପକ ହେବ। ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଓ ମଲ୍ଲିକାର୍ଜ୍ଜୁନ ଖାର୍ଗେ ଆସିବେ। ଏହି ମହାସଂଗ୍ରାମ ଆହୁରି ବଡ଼ ହେବ। ଏହାରି ଭିତରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ଭିଡିଓ ବାର୍ତ୍ତା ଜାରିକରି କହିଛନ୍ତି, ଗୁରୁବାର ଆମେ ଶାନ୍ତି ଶୃଙ୍ଖଳାର ସହ ଆନ୍ଦୋଳନ କରିବୁ। ହେଲେ ଝାରସୁଗୁଡ଼ା ଥାନାରେ ଯୁବ କଂଗ୍ରେସ ସଭାପତିଙ୍କୁ ଅଟକାଯାଇଥିବା ନେଇ ଖବର ମିଳୁଛି। ପ୍ରଶାସନ ଓ ପୋଲିସ ସେ ଭୁଲ କରନ୍ତୁନାହିଁ। ଆପଣ ଶୃଙ୍ଖଳା ରକ୍ଷାକରନ୍ତୁ। ଆମକୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବାକୁ ଦିଅନ୍ତୁ। ଯଦି ପୋଲିସ ଏଭଳି ବାତାବରଣ ସୃଷ୍ଟିକରେ ତେବେ ବିଭିନ୍ନ ସ୍ଥାନରେ ବିଦ୍ରୋହ ଦେଖାଦେଇପାରେ। ଯେଉଁଠାରେ ପୋଲିସ କଂଗ୍ରେସ କର୍ମୀଙ୍କୁ ଅଟକାଉଛି କିମ୍ବା ହଇରାଣ ହରକତ କରୁଛି ସେଠାରେ କର୍ମୀମାନେ ହିଂସାର ପଥ ନ ଆପଣାଇ ସବୁ ଝଡ଼ଝଞ୍ଜା ସହି ତୁରନ୍ତ ସୂଚନା ଆମପାଖକୁ ପଠାନ୍ତୁ। ଆପଣମାନେ ସଂଘବଦ୍ଧ ଭାବେ ଏହି ଅନ୍ୟାୟର ମୁକାବିଲା କରିବେ। ଆଗକୁ ଅନେକ ପଥ ଯିବାର ରହିଛି, ଇଏତ ନାମକୁମାତ୍ର ବୋଲି ଭକ୍ତ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରି କହିଛନ୍ତି।

Next Post

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ସୋଫିଆ ଫିର୍ଦ୍ଦୋସ

Thu Mar 27 , 2025
ଭୁବନେଶ୍ୱର,୨୭ା୩-ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ ଅଧିକାରୀ। ସବୁ ଗେଟ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading