
କେନ୍ଦ୍ରାପଡା,୨୯ା୩ : କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଇଥିବା ଡକ୍ଟର ସଞ୍ଜୀବ କୁମାର ମହାନ୍ତିଙ୍କୁ ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କଲେଜର ଉଭୟ ଏନସିସି ବାଳକ ଓ ବାଳିକା, କ୍ୟାପଟେନ ସୀମା ମହାନ୍ତି, ସିଟିଓ ସତ୍ୟରଞ୍ଜନ ମିଶ୍ର, ଆସୋସିଏସନର ସଭାପତି ପ୍ରଭାସିନୀ ସାହୁ, ସମ୍ପାଦକ ଚିନ୍ମୟ କୁମାର ବିଶ୍ୱାଳ, ଅନୁପ କୁମାର ରାଉତ, ମିତ୍ରଭାନୁ ସାହୁ, ବର୍ଷା ପ୍ରିୟଦର୍ଶିନୀ ମିଶ୍ରଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ରହି ନୂତନ ଅଧ୍ୟକ୍ଷ ଡ. ମହାନ୍ତିଙ୍କୁ ମାଇଁ ଆଲୁମିନି ଆସୋସିଏସନ ପକ୍ଷରୁ ପୁଷ୍ପଗୁଛ ଓ ଉପଢୈାକନ ପ୍ରଦାନ ପୂର୍ବକ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ବହୁବିଧ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବା ସହ ଏହାର ସମାଧାନ ନିମନ୍ତେ ନିବେଦନ କରାଯାଇଥିଲା। ଏଥିସହିତ ବିଭିନ୍ନ ଗଠନମୂଳକ କାର୍ଯ୍ୟ ଉପରେ ଆସୋସିଏସନର ସଦସ୍ୟମାନେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
