ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ

blank
କେନ୍ଦ୍ରାପଡ଼ା,୧୭ା୪: ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନୀଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ ଧିରେନ କୁମାର ନାୟକ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରଜ ବିଶ୍ୱାଳ, ଜାତୀୟ ରାଜପଥର ଅମିତ କୁମାର ରାଉତ, ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ କୁମାର ନାୟକ, ରାସ୍ତା ଓ କୋଠାବାଡି ବିଭାଗ-୧ର ସହକାରୀ ନିର୍ବାହୀ ଯନ୍ତ୍ରୀ କୃପାସିନ୍ଧୁ ଧଳ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ, କେନ୍ଦ୍ରାପଡା ରାସ୍ତା ଓ କୋଠାବାଡି ବିଭାଗ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ କୁମାର ରାଜଗୁରୁ, ଏନଆଇସିର କର୍ମକର୍ତ୍ତା, ଘରୋଇ ବସ୍ ମାଲିକ ସଂଘ କର୍ମକର୍ତ୍ତା ଓ ପରିବହନ ବିଭାଗ ଏବଂ ରାସ୍ତା ଓ କୋଠାବାଡି ବିଭାଗର କର୍ମଚାରୀମାନେ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ ଗତ ବର୍ଷ ୧୪୭ ଗୋଟି ଦୁର୍ଘଟଣାରେ ୮୫ ଜଣ ମୃତ୍ୟୁବରଣ କରିଥିବା ବେଳେ ଏ ବର୍ଷ ଜାନୁଆରୀ ୧ ତାରିଖଠାରୁ ମାର୍ଚ୍ଚ ୩୧ ତାରିଖ ମଧ୍ୟରେ ୧୬ ଗୋଟି ଦୁର୍ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ହୋଇଛି ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ବୈଠକରେ ସୂଚନା ପ୍ରଦାନ କରିଥିଲେ । ଦୁର୍ଘଟଣାକୁ କମାଇବା ସହ ମୃତ୍ୟୁ ସଂଖ୍ୟାକୁ ଶୂନ୍ୟ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । କଲେଜ ଓ ସ୍କୁଲର ଛାତ୍ରଛାତ୍ରୀ ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍ ସେମାନଙ୍କୁ ଗାଡି ନଚଳାଇବା ଓ ଗାଡି ଚଳାଇବା ବେଳେ ହେଲ୍‌ମେଟ୍ ପରିଧାନ କରିବା ସହ ଗାଡିଚାଳନାର ନିୟମଗୁଡିକୁ ମାନିବା ପାଇଁ ସଚେତନ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ଅତିରିକ୍ତ ଜିଲ୍ଲାପାଳ । ଦୁର୍ଘଟଣା ପ୍ରବଣ ସ୍ଥାନରେ ହମ୍ପସ୍ ନିର୍ମାଣ କରିବାକୁ ମଧ୍ୟ ସେ ପରାମର୍ଶ ଦେଇଥିଲେ ।

Next Post

ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁଥ୍ ଏବଂ ଇକୋ କ୍ଲବର ବାର୍ଷିକ ସମ୍ମିଳନୀ

Thu Apr 17 , 2025
କେନ୍ଦ୍ରାପଡା,୧୭ା୪: ତରାଣ୍ଡୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ୟୁଥ୍ ଏବଂ ୟୁକୋ କ୍ଲବର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋସ୍ନାରାଣୀ ଦାଶଙ୍କ ଅଧ୍ୟକ୍ଷତାରେ ଏକ ସଭାର ଆନ୍ଦୋଳନ କରାଯାଇଥିଲା । ଏଥିରେ ବିଶିଷ୍ଟ ସମାଜସେବୀ, ପରିବେଶବିତ୍ ତଥା ଆଇନଜୀବୀ ପ୍ରଦୀପ କୁମାର ଦାଶ ଓ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗର ସୁନାମଧନ୍ୟ ଅଧ୍ୟାପକ ପ୍ରଶାନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବେ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading