ନୂତନ ରାସନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

blank
କେନ୍ଦ୍ରାପଡ଼ା,୨୦ା୪: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାସନ କାର୍ଡ ପ୍ରସ୍ତୁତ କରାଯାଉଛି । ଏହି ପରିପ୍ରେକ୍ଷୀରେ ନୂତନ ରାସନ କାର୍ଡ ପ୍ରସ୍ତୁତି ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଇ-କେୱାଇସି ଯାଞ୍ଚ ନିହାତି ଜରୁରୀ ଅଟେ । ଏଣୁ ଜିଲ୍ଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ କିମ୍ବା ପୌରାଞ୍ଚଳରେ ଥିବା ଯୋଗାଣ ନିରୀକ୍ଷକଙ୍କ ସହ ଯୋଗାଯୋଗ କରି ଯଥାଶୀଘ୍ର ଇ-କେୱାଇସି ଯାଞ୍ଚ କରାଇ ନେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ରହିଛି ଯେପରି କୌଣସି ଯୋଗ୍ୟ ହିତାଧିକାରୀ ରାସନ କାର୍ଡ ପାଇବାରୁ ବଞ୍ôଚତ ନହୁଅନ୍ତି ।

Next Post

ସୁଶାନ୍ତ ତରାଇଙ୍କୁ ବିପନ୍ନବନ୍ଧୁ ରତ୍ନ ସମ୍ମାନ

Sun Apr 20 , 2025
କେନ୍ଦ୍ରାପଡ଼ା,୨୦ା୪ : କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ଅରୋହିକଣା ଗ୍ରାମର ସମାଜସେବୀ ସୁଶାନ୍ତ କୁମାର ତରାଇଙ୍କୁ କଳିଙ୍ଗ ସଡକ ବିପନ୍ନ ବନ୍ଧୁ ରତ୍ନ ସମ୍ମାନ-୨୦୨୫ ରେ ସମ୍ମାନିତ କରାଯାଇଛି। ଏହି ଉପଲକ୍ଷେ ରାଷ୍ଟ୍ରୀୟ ପୂଜ୍ୟପୂଜା ପରିଷଦ, କଟକ ପକ୍ଷରୁ ଶ୍ରୀରାମଚନ୍ଦ୍ର ଭବନ ପରିସରରେ ସଭାପତି ବରିଷ୍ଠ ସାମ୍ବାଦିକ ଡକ୍ଟର ସତ୍ୟ ରାୟଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ପୋଲିସ ଆଇ.ଜି. ରାଜକିଶୋର ଦାଶ ମୁଖ୍ୟଅତିଥି, ବିଶିଷ୍ଟ ସାରସ୍ୱତ ସାଧକ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading