
ଦୁବାଇ୨ା୩- ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫ ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ୱିଲିୟମସନ ୮୧ ରନକରିଥିବାବେଳେ ମିଚେଲ ସାଣ୍ଟନର ୨୮ରନ ଓ ୱିଲ ୟଙ୍ଗ ୨୨ ରନ କରିଥିଲେ।ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ଟି ଓକୂଳଦୀପ ଯାଦବ ୨ଟି ୱିକେଟ ନେଇଥିଲେ । ଏହି ବିଜୟ ସହ ଭାରତ ସେମିଫାଇନାଲରେ ଅଷ୍ଟ୍ରେଲିଆକୁଭୋଟିବ । ଏହି ମ୍ୟାଚରେ ନ୍ୟୁଜିଲାଣ୍ଡଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ହିଁ ନିଜର ତାରକା ବ୍ୟାଟ୍ସମ୍ୟାନଙ୍କୁ ହରାଇ ସଂକଟରେ ପଡ଼ିଥିଲା । ରୋହିତ ଶର୍ମା ୧୫, ଶୁଭମନ ଗିଲ୍ ୨ ଓ ବିରାଟ କୋହଲି ୧୧ ରନ କରି ଆଉଟ ହେବା ପରେ ଭାରତରସ୍କୋର ୩୦/୩ ହୋଇଯାଇଥିଲା । ତେବେ ଶ୍ରେୟସ ଆୟର ଓ ଅକ୍ଷର ପଟେଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଦେଖାଯାଇଥିଲା । ଆୟର ୭୯ ରନ ଓ ଅକ୍ଷର ୪୨ ରନ କରି ଦଳକୁ ସଂକଟରୁ ଉଦ୍ଧାର କରିଥିଲେ । ସେହିପରି କେଏଲ ରାହୁଲ ୨୩ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ୱିକେଟ ହରାଇ ୨୪୯ ରନ କରିଥିଲା । ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ୍ ହେନରୀ ଘାତକ ବୋଲିଂର ପ୍ରଦର୍ଶନ କରିବା ସହ ୫ଟି ୱିକେଟ ନେଇଥିଲେ । ସେହିପରି ରାଚିନ ରବୀନ୍ଦ୍ର, ୱିଲିୟମ ଓ ରୁରକି, ମିଚେଲ ସାଣ୍ଟନର, କାଇଲ୍ ଜେମସନ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ ।
Discover more from
Subscribe to get the latest posts sent to your email.