
ପଟ୍ଟାମୁଣ୍ଡାଇ ତା ୨୮/୪-ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଥିବା ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ପକ୍ଷରୁ ଉତ୍କଳ ଗୌରବ ବାରିଷ୍ଟର ମଧୁସୂଦନ ଦାସଙ୍କ ଜୟନ୍ତୀ ଓ ସ୍ୱାଭିମାନ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଗାଳ୍ପିକ ପ୍ରଦୀପ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ବିଶିଷ୍ଟ ଶିକ୍ଷାବିତ ବିପ୍ଲବୀ କବି ଅଶୋକ ପରିଡା ମୁଖ୍ୟଅତିଥି ବରିଷ୍ଠ ସାମ୍ବାଦିକ ପତିତପାବନ ଭଦ୍ର ମୁଖ୍ୟଵକ୍ତା,କବି ଅନ୍ତର୍ଯ୍ୟାମୀ ବେଜ, ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ, ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ପ୍ରଧାନଆଚାର୍ଯ୍ୟ ପ୍ରଭୁଦତ୍ତ ଦାଶ, ସମ୍ପାଦକ ଅମ୍ବୁଜ ଭୂଷଣ ନାୟକ, ସମାଜସେବୀ ସୁକାନ୍ତ ଦାସ ପ୍ରମୁଖ ସମ୍ମାନିତଅତିଥି ଭାବେ ଯୋଗ ଦେଇ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ସୁରକ୍ଷା କ୍ଷେତ୍ରରେ ଉତ୍କଳ ଗୌରବ ବାରିଷ୍ଟର ମଧୁସୂଦନ ଦାସଙ୍କ ଅବଦାନ ସମ୍ପର୍କରେ ଉଲ୍ଲେଖ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସଭା ଆରମ୍ଭରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଫଟୋ ଚିତ୍ରରେ ପୁଷ୍ପଗୁଚ୍ଛ, ଧୂପ ଦୀପ ଦିଆଯାଇଥିଲା । ଶେଷରେ ସାମ୍ବାଦିକ ଜଗନ୍ନାଥ ଆଚାର୍ଯ୍ୟ ଧନ୍ୟବାଦ ଦେଇଥିଲେ ।
