
ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଦାଣ୍ଡିସାହି ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଦ୍ରୋପଦି ବାରିକଙ୍କ ଗୋଟିଏ ବଖରା ଜଳିଯାଇଛି । ଘରେ ଥିବା ବିରି, ଧାନ, ଚାଉଳ, ସୁନା, ଟଙ୍କା, କଂସା ବାସନ ସମେତ ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ରୋଷେଇ ଚୁଲିରୁ ନିଆଁ ଉଠି ଚାଳ ଛପରକୁ ଲାଗିଥିବା ସନ୍ଦେହ କରାଯାଉଛି । ଖବର ପାଇ ପଟ୍ଟାମୁଣ୍ଡାଇ ଦମକଳବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
Related
Wed Mar 19 , 2025
ପଟ୍ଟାମୁଣ୍ଡାଇ ୨୦/୩ -ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ଅଣ୍ଢରା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟକୁ ମଙ୍ଗଳବାର କେତେକ ଦୁର୍ବୁତ ପସି ରାଜସ୍ୱ ନିରୀକ୍ଷକଙ୍କୁ ମରଣାନ୍ତଙ୍କ ଆକ୍ରମଣ କରିବା ସହିତ ଆଲମିରାରେ ଥିବା ୨୪ ହଜାର ୩୪୮ ସରକାରୀ ଅର୍ଥ ନେଇ କାଗଜପତ୍ରକୁ ଏଣେତେଣେ ଫୋପାଡି ଦେଇଛନ୍ତି ବୋଲି ଆରଆଇ ମନୋଜ କୁମାର ମଲିକ ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତି କରି ପଟ୍ଟାମୁଣ୍ଡାଇ ତହସିଲଦାର ପଂଚାନନ ନାୟକ ଏକ ଚିଠି […]