୯ ମାସ ଧରି ଫସିରହିଥିବା ମହାକାଶଚାରୀ ସୁନୀତା ୱିଲିୟମ୍ସ ପୃଥିବୀ ପୃଷ୍ଠକୁ ଫେରିଛନ୍ତି

blank

ୱାଶିଂଟନ୍‌,୧୯ା୩:ଦୀର୍ଘ ଦିନ ପ୍ରତୀକ୍ଷାର ଅନ୍ତ ହୋଇଛି। ମହାକାଶକୁ ୮ଦିନ ପାଇଁ ଯାଇ ୯ ମାସ ଧରି ଫସିରହିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ ୱିଲମୋର ପୃଥିବୀ ପୃଷ୍ଠକୁ ଫେରିଛନ୍ତି। ସୁନୀତା ଏବଂ ବୁଚ୍‌ଙ୍କ ସହ ଅନ୍ୟ ନିକ ହଗ ଏବଂ ରୁଷୀୟ ମହାକାଶଚାରୀ ଆଲେକଜାଣ୍ଡର ଗୋର୍ବୁନୋଭ ଆନ୍ତର୍ଜାତିକ ମହାକାଶ କେନ୍ଦ୍ର (ଆଇଏସଏସ)ରୁ ଭୂପୃଷ୍ଠରେ ସେମାନଙ୍କ ଅବତରଣ କରିଛନ୍ତି। ଆମେରିକାର ଫ୍ଲୋରିଡା ନିକଟ ସମୁଦ୍ରତଟରେ ସ୍ପେସ-ଏକ୍ସ କ୍ରୁ ଡ୍ରାଗନ କ୍ୟାପସୁଲ ସଫଳ ଅବତରଣ ହୋଇଛି। ଆମେରିକା ସମୟ ମଙ୍ଗଳବାର ସନ୍ଧ୍ୟା ୫.୫୭ ମିନିଟ (ଭାରତୀୟ ସମୟ ବୁଧବାର ପ୍ରତ୍ୟୁଷ ୩.୨୭ ମିନିଟ)ରେ ସଫଳ ଲାଣ୍ଡିଂ କରିଛି ଡ୍ରାଗନ କ୍ୟାପସୁଲ। ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେସ ଷ୍ଟେସନରୁ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି ମହାକାଶଚାରୀ । ଭାରତୀୟ ସମୟ ଭୋର ୩ଟା ୨୭ ମିନିଟରେ ସମୁଦ୍ରରେ ନାସାର ସ୍ୱତନ୍ତ୍ର ସ୍ପେସକ୍ରାଫଫ ଡ୍ରାଗନ ଲାଣ୍ଡିଂ କରିବା ପରେ ପରେ ୪ ମହାକାଶଚାରୀ ବାହାରକୁ ଆସିଥିବାର ଭିଡ଼ିଓ ସାମ୍ନାକୁ ଆସିଛି । ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବା ସମୟରେ ସ୍ପେସଏକ୍ସ କ୍ରୁ ଡ୍ରାଗନର ବେଗ ଘଣ୍ଟା ପ୍ରତି ୨୭ ହଜାର କିଲୋମିଟର ଥିଲା । ଶବ୍ଦର ବେଗଠୁ ୨୨ ଗୁଣା ଅଧିକ ବେଗରେ କ୍ୟାପସୁଲ ପୃଥିବୀର ବାୟୁ ମଣ୍ଡଳରେ ପ୍ରବେଶ କରିବା ପରେ ବାହ୍ୟ ତାପାମତ୍ରା ୧୯୨୬ ଡୀଗ୍ରୀ ସେଲସିୟସକୁ ବଢିଯାଇଥିଲା। ଅବତରଣର କିଛି ମିନିଟ ପୂର୍ବରୁ ଡ୍ରାଗନ କ୍ୟାପସୁଲରେ ଲାଗିଥିବା ୪ ଟି ପାରାସୁଟ ଖୋଲାଯାଇଥିଲା। ପ୍ରଥମେ ଦୁଇଟି ପାରାସୁଟ ଖୋଲାଯାଇଥିଲା । ପରେ ଯାନର ବେଗ କମ ହେବା ପରେ ଅନ୍ୟ ୨ଟି ପାରାସୁଟ ଖୋଲିଥିଲା । ପାରାସୁଟ ଯୋଗୁଁ ଯାନର ବେଗ କମ ହେବା ସହ ଧିରେ ଧିରେ ତଳକୁ ଖସି ସମୁଦ୍ରରେ ପଡିଥିଲା । ସ୍ପେସଏକ୍ସ କ୍ରୁ ଡ୍ରାଗନ ସମୁଦ୍ରରେ ପଡିବା ପୂର୍ବରୁ ସେଠାରୁ ସ୍ୱତନ୍ତ୍ର ବୋଟ ମୁତୟନ ରହିଥିଲା । ମହାକାଶ ଯାନରୁ ମହାକାଶଚାରୀଙ୍କୁ ସୁରକ୍ଷିତ ବାହାର କରାଯାଇଛି । ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ପଠାଯାଇଛି । ୪ ମହାକାଶଚାରୀ ଫେରିବା ପରେ କେବଳ ଆମେରିକା ନୁହେଁ ସାରା ବିଶ୍ୱରେ ଖୁସିର ଲହରୀ ଖେଳଯାଇଛି।

Next Post

କେମିତି ଥିଲା ସୁନୀତାଙ୍କ ୯ ମାସର ଯାତ୍ରା

Wed Mar 19 , 2025
ନୂଆଦିଲ୍ଲୀ ୧୯ା୩- ମହାକାଶ ବିଜ୍ଞାନ କ୍ଷେତ୍ରରେ ବିଶ୍ୱକୁ ମିଳିଛି ବଡ଼ ସଫଳତା । ଏକାଧିକ ଚେଷ୍ଟା ୯ ମାସ ପରେ ପୃଥିବୀକୁ ଫେରିଛନ୍ତି ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋର ଓ ଅନ୍ୟ ଦୁଇ ମହାକାଶଚାରୀ ଆଲେକଜାଣ୍ଡର ଗୋର୍ବୁନୋଭ ଓ ନିକ୍ ହେଗ୍ । ଆମେରିକାର ଫ୍ଲୋରିଡା ନିକଟ ସମୁଦ୍ର ତଟରେ ସ୍ପେଶ-ଏକ୍ସ କ୍ରୁ ଡ୍ରାଗନର ସଫଳ ଅବତରଣ ହୋଇଛି । ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେଶ୍ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading