ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

blank
କେନ୍ଦ୍ରାପଡ଼ା,୧୦ା୧୦:ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୈାରସଂସ୍ଥା ଟାଉନ ହଲରେ ଆୟୋଜିତ ବୈଠକରେ ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ )ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମନୋରଞ୍ଜନ ରାଉତ,ପ୍ରାକ୍ତନ ଡିଏସଏସଓ ପ୍ରଭାସ ଚନ୍ଦ୍ର ଦାସ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି, ପୂର୍ବତନ ଅଧ୍ୟାପକ ଅଜୟ ସାମଲ ପ୍ରମୁଖ ଉପସ୍ଥିତ ରହି ବରିଷ୍ଠ ନାଗରିକ ମାନଙ୍କ ସମସ୍ୟା, ସରକାରୀ ସୁବିଧା ସୁଯୋଗ, ଆଇନ ବ୍ୟବସ୍ଥା ପ୍ରଭୃତି ବିଷୟରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ କେଶରୀ ବେହୁରା ଜିଲ୍ଲା ପ୍ରଶାସନ ପକ୍ଷରୁ ଯୋଗେଇଦିଆଯାଉଥିବା ସୁବିଧା ସୁଯୋଗ ଓ ବିଗତ ଦିନ ମାନଙ୍କରେ ଦିଆଯାଉଥିବା ସୁବିଧା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଭିନ୍ନକ୍ଷମ ବିଦ୍ୟାଳୟ ଅଧ୍ୟକ୍ଷ ସୁଧାଂଶୁ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମଣ୍ଡଳ ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ କୁମାର ବେହୁରା ଧନ୍ୟବାଦ ଅର୍ପଣ କରିଥିଲେ। ଯୋଗଗୁରୁ ସଞ୍ଜୟ କୁମାର ମଥାନଙ୍କ ନେତୃତ୍ୱରେ ନାଚଗୀତ ପରିବେଷଣ ହୋଇଥିବା ବେଳେ ସଙ୍ଗୀତ ଗୁରୁ କଳାକାର ପଣ୍ଡାଙ୍କ ନେତୃତ୍ୱରେ ସଚେତନତାଧର୍ମୀ କାର୍ଯ୍ୟକ୍ରମ କରାଯାଇଥିଲା। ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି ଏବଂ ୧୦ ଜଣ ବରିଷ୍ଠ ନାଗରିକଙ୍କୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ବରିଷ୍ଠ ନାଗରିକଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା, ବ୍ଲକ ସାମାଜିକ ସୁରକ୍ଷା ବିଭାଗ ଏବଂ ସ୍ୱତନ୍ତ୍ର ବିଦ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ।

Next Post

ସ୍ୱୟଂସହାୟିକା ଗୋଷ୍ଠୀଙ୍କୁ ନେଇ ନିବେଶକ ସଚେତନତା କାର୍ଯ୍ୟକ୍ରମ

Sat Oct 11 , 2025
କେନ୍ଦ୍ରାପଡ଼ା,୧୦ା୧୦:ଇଚ୍ଛାପୁର ଗ୍ରାମରେ ରାଇଡ ପକ୍ଷରୁ ଅଭ୍ୟୁଥାନ ଫାଇନାନ୍ସସିୟାଲ ଚାରିଟେବୁଲ ଟ୍ରଷ୍ଟ ଭୁବନେଶ୍ୱର ଆନୁକୂଲ୍ୟରେ ନିବେଶ(ଇନଭେଷ୍ଟର) ଉପରେ ସ୍ୱଂୟ ସହାୟକ ଗୋଷ୍ଠୀଙ୍କୁ ସଚେତନତା କରାଯାଇଛି। ଏହି ଚାରିଟେବୁଲ ଟ୍ରଷ୍ଟ ସେବୀ (ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ) ଅଧିନରେ କାର୍ଯ୍ୟ କରୁଅଛି। ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ସଚେତନତା କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଜିଲ୍ଲାପାଳ ଶ୍ରୀ ଆୟର ଅଂଶଗ୍ରହଣକାରୀମାନଙ୍କୁ ସରକାରଙ୍କ ଦ୍ୱାରା ଅନୁମୋଦିତ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading