ଗଞ୍ଜେଇ ଜବତ,୨ଗିରଫ

blank
କେନ୍ଦ୍ରାପଡ଼ା,୧ା୯:କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ କେନ୍ଦ୍ରାପଡା ଅବକାରୀ ଅଧୀକ୍ଷକ ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇଥିଲା। ଏହି କ୍ରମରେ କଚେରିପଡ଼ା ଗ୍ରାମରେ କଙ୍ଗୋ ସିଗାରେଟ୍ ଖୋଳ ମଧ୍ୟରେ ଗଞ୍ଜେଇ ଭର୍ତ୍ତି କରି ବିକ୍ରି କରାଯାଉଥିବା ସମ୍ପର୍କରେ ବିଶେଷ ସୂତ୍ରରୁ ସୂଚନା ପାଇ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। କେନ୍ଦ୍ରାପଡ଼ାର ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ତଲାସୀ କରାଯାଇ ୨୫ କି.ଗ୍ରା. ଗଞ୍ଜେଇ ଜବତ କରାଯାଇଥିଲା। ଏହି ଘଟଣା ସମ୍ପର୍କିତ ମାମଲାରେ କଚେରିପଡ଼ା ଗ୍ରାମର ସୂର୍ଯ୍ୟକାନ୍ତ ବାରିକ(୩୨) ଏବଂ ରଶ୍ମୀକାନ୍ତ ବାରିକ(୪୦)ଙ୍କୁ ଗିରଫ କରାଯାଇ ଆଇନାନୁଯାୟୀ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ଉପ ନିରୀକ୍ଷକ ପ୍ରିୟଦର୍ଶୀ ମାନସରଞ୍ଜନ ମିଶ୍ରଙ୍କ ସମେତ ଅବକାରୀ ବିଭାଗର ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।

Leave a Reply

Next Post

୧୦୮ ତୀର୍ଥଯାତ୍ରୀଙ୍କ ଅଯୋଦ୍ଧା- ବାରାଣସୀ ଯାତ୍ରା

Tue Sep 1 , 2026
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ କେନ୍ଦ୍ରାପଡା କେନ୍ଦ୍ରାପଡ଼ା,୧ା୯:ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬–୨୭ ଅଧିନରେ କେନ୍ଦ୍ରାପଡ଼ା ଜିଲ୍ଲାର ୧୦୮ ଜଣ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରାଣସୀ ତୀର୍ଥଯାତ୍ରାରେ ବାହାରିଛନ୍ତି। ଏହି ତୀର୍ଥଯାତ୍ରା ୨ ସେପ୍େଟମ୍ବରରୁ ୭ ସେପ୍େଟମ୍ବର ୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଅବସରରେ ଆଜି ଅପରାହ୍ନ ୪ଟାରେ କେନ୍ଦ୍ରାପଡ଼ା ସଂସ୍କୃତି ଭବନରେ ଆୟୋଜିତ ଫ୍ଲାଗ୍‌-ଅଫ୍ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରଘୁରାମ ଆର. ଆୟର ପତାକା ଦେଖାଇ ତୀର୍ଥଯାତ୍ରାର […]
blank

ଲୋକମତ

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading