ପ୍ରସିଦ୍ଧ ଭରତପୁର ମକ୍କଦ୍ଦମ ଦୋଳମେଲଣ ଉଦଯାପିତ

blank
କେନ୍ଦ୍ରାପଡ଼ା,୭ା୩ : କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମର ପ୍ରସିଦ୍ଧ ମକ୍କଦ୍ଦମ ଦୋଳମେଲଣ ମହାସମାରୋହରେ ଉଦଯାପିିତ ହୋଇଯାଇଛି। ଏହି ଉପଲକ୍ଷେ ଶ୍ରୀ ଗୋପାଳଜୀଉଙ୍କ ମକ୍କଦ୍ଦମ ଦୋଳମେଲଣ ଶ୍ରୀଦଧିବାବନଜୀଉଙ୍କ ମନ୍ଦିର ସମ୍ମୁଖ ଠାକୁରଦାଣ୍ଡରେ ଗୁରୁବାର ରାତିରେ ଅନୁଷ୍ଠିତ ହୋଇଥିବା ବେଳେ ଶୁକ୍ରବାର ସୀତାରାମ ମଠ ପଡିଆରେ ପ୍ରବୋଧ କୁମାର ଦାସଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଦୋଳ ମେଲଣରେ ୧୮ଟି ବିମାନ ବାଜା ବଜାଇ, ବାଣ ଫୁଟାଇ ରୋଷଣୀକରି ମେଲଣ ପଡିଆରେ ପହଞ୍ଚି ଥିଲେ। ଗତ ୨ଶହ ୫୮ବର୍ଷ ଧରି ଏହି ପରମ୍ପରା ଚାଲିଆସୁଥିବା ବେଳେ ଚଳିତ ବର୍ଷ ମଧ୍ୟ ରୀତିନୀତି ଅନୁଯାଇ ବିମାନ ମାନଙ୍କରେ ଥିବା ଠାକୁରମାନଙ୍କୁ ପୂଜାର୍ଚ୍ଚନା ପରେ ଭୋଗଲାଗି କରାଯାଇଥିଲା । ବିମାନ ପୂଜା କାର୍ଯ୍ୟକ୍ରମରେ ଅଧିକାରୀ ରାଜେନ୍ଦ୍ର ଚନ୍ଦ୍ର ଦାଶ, ଅଧିକାରୀ ରସାନନ୍ଦ ଦାଶ ଓ ସରୋଜ କାନ୍ତ ପତି ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏହି ମେଲଣରେ ରାମଲୀଳା ପରିବେଷଣ କରିଥିଲେ ଜଗତସିଂହପୁର ଜିଲ୍ଲାର ଫତେପୁରର ଶ୍ରୀମା’ ନିମସୁନ୍ଦରୀ ରାମାୟଣ ଗୀତିନାଟ୍ୟର ସତ୍ତ୍ୱାଧିକାରୀ ତପନ କୁମାର ରଣା ଓ ସାଥିମାନେ। ଏହି ଉତ୍ସବରେ ବିଜୟ କିଶୋର ଦାସ, ଚିତ୍ତରଞ୍ଜନ ଦାସ, ସଞ୍ଜୟ କୁମାର ଦାସ, ସନ୍ତୋଷ କୁମାର ଦାସ, ଅରବିନ୍ଦ ମହାନ୍ତି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Next Post

ମୀରପାଟଣା ଗ୍ରାମରେ ଦୋଳ ମେଲଣ

Sat Mar 7 , 2026
କେନ୍ଦ୍ରାପଡ଼ା, ୭ା ୩: କେନ୍ଦ୍ରାପଡା ସହରର ମୀରପାଟଣା ଗ୍ରାମରେ ଶନିବାର ଦିନ ବହୁ ପୁରାତନ ଦୋଳ ମେଲଣ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆରଧ୍ୟା ଦେବତା ଶ୍ରୀ ମା ଥାନପତି ଠାକୁରାଣୀଙ୍କ ପ୍ରାଙ୍ଗଣରେ ପ୍ରତିବର୍ଷ ପରି ଦୋଳ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ମେଲଣ ଉତ୍ସବରେ ମୀରପାଟଣା ଗ୍ରାମ ଦେବତୀଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୧୪ଟି ବିମାନ ଯୋଗଦେଇଥିଲେ । ଚାଟରାପାଟଣାର ରାଧାଗୋବିନ୍ଦଜୀଉ, ଇଚ୍ଛାପୁରର […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading