ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ବନ୍ଦ ରହିବ ହୋଟେଲ, ଢାବା

blank
ଯାଜପୁର ୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ବରୀ ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଂଚଳରେ ୨ ସପ୍ତାହ ପାଇଁ ହୋଟେଲ, ଢାବା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ତେଜରାତି, ମିଠା ଦୋକାନ ସହ ଫାଷ୍ଟଫୁଡ, ଚାଟ, ଗୁପଚୁପ ଆଦି ଦୋକାନ ସହ ଆଇସକ୍ରିମ ଓ ପାଣି ପାଉଚ କାରଖାନା ସହ ମାଛ, ଚିକେନ ଦୋକାନ ଆଦି ବନ୍ଦ ରଖିବାକୁ ତହସିଲଦାରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି। ବିନା ଅନୁମତିରେ ଦୋକାନ ଖୋଲିଲେ ଆଇନ ଅନୁଯାୟୀ ଦଣ୍ଡିତ ହେବେ ବୋଲି ନିର୍ଦ୍ଦେଶ ନାମାରେ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷେ ବିବାହ, ବ୍ରତଘର, ଜନ୍ମଦିନ ତଥା ସମୂହ ଭୋଜିକୁ ବର୍ଜନ କରିବାକୁ ଲୋକଙ୍କୁ ଅନୁରୋଧ କରାଯାଇଛି।

Next Post

ପୁଣେରେ ବ୍ରିଜ୍ ଭୁଶୁଡ଼ିଲା ,୨ଜଣ ମୃତ୍ୟୁ

Sun Jun 15 , 2025
ପୁଣେ,୧୫ା୬- ମହରାଷ୍ଟ୍ରର ପୁଣେରେ ପ୍ରବଳ ବର୍ଷା ଯୋଗୁ ରବିବାର ଏକ ବ୍ରିଜ୍ ଭୁଶୁଡ଼ିଥିଲା। ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟ କେତେଜଣ ନିଖୋଜ ଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍ଏଫ୍ କର୍ମଚାରୀ ଓ ପୋଲିସ ନିୟୋଜିତ ହୋଇଛନ୍ତି। ୬ ଜଣଙ୍କୁ ଉଦ୍ଧାର କରାଯାଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍ ଉଦ୍ଧାର […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading