ଆଜି ଘୋଷଯାତ୍ରା ଜନ୍ମବେଦୀ ଯିବେ ଦାରୁ ଦିଅଁ

blank
ପୁରୀ ୨୬ା୬- ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଦାରୁଦିଅଁ । ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ମହାପ୍ରଭୁଙ୍କ ଦୁର୍ଲଭ ଦର୍ଶନ। ଦାରୁବ୍ରହ୍ମଙ୍କ ସ୍ପର୍ଶରେ ରଥ, ପଥ ହେବ ବ୍ରହ୍ମମୟ। ସଭିଏଁ ହେବେ ଏକାକାର। ଆଉ ରଥାରୂଢ ହୋଇ ଜନ୍ମବେଦି ଯିବେ ଚତୁର୍ଦ୍ଧାବିଗ୍ରହ। ଶୁକ୍ରୁବାର ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ରଥାରୂଢ ହୋଇ ଦାରୁଦିଅଁ ଯିବେ ଗୁଣ୍ଡିଚା ମନ୍ଦିର। ଅଣସର ପରେ ନବଯୌବନ ଦର୍ଶନ ଦେଇ ନବଦିନାତ୍ମକ ଯାତ୍ରାରେ ଯିବା ଲାଗି ପ୍ରସ୍ତୁତ ହେଉଛନ୍ତି ମହାବାହୁ। ଏଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି।
ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ପହଞ୍ଚି ସାରିଥିବେ ବୋଲି ଆଶା କରାଯାଉଛି। ରାଜ୍ୟର ଚାରିଆଡୁ ଶ୍ରଦ୍ଧାଳୁ ପୁରୀ ମୁହାଁ ହୋଇଛନ୍ତି। ରଥାରୁଢ଼ କାଳିଆ ସାଆନ୍ତଙ୍କ ଦର୍ଶନ ପାଇଁ ଦେଶ-ବିଦେଶରୁ ଭକ୍ତ ଆସି ପୁରୀ ପହଞ୍ଚୁଛନ୍ତି। ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ କରିବା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଆବଶ୍ୟକ ବନ୍ଦୋବସ୍ତ କରାଯାଇଛି। ସବୁଠାରୁ ବଡ଼ କଥା ହେଲା ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ପରିଚାଳନା। ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ଯୋଗେଶ ବାହାଦୁର ଖୁରାନିଆ କହିଛନ୍ତି, ଚଳିତବର୍ଷ ପୋଲିସ ବ୍ୟବସ୍ଥାକୁ ୮ଟି ଭାଗରେ ବିଭକ୍ତ କରାଯାଇଛି। ଟ୍ରାଫିକ୍ ବ୍ୟବସ୍ଥା, ଶ୍ରୀମନ୍ଦିର ଭିତର ସୁରକ୍ଷା, କର୍ଡନ ଭିତର ସୁରକ୍ଷା, କର୍ଡନ ବାହାର ସୁରକ୍ଷା, ଗହଳି ନିୟନ୍ତ୍ରଣ, ସୁରକ୍ଷା ବ୍ୟବସ୍ଥା, କୋଷ୍ଟାଲ୍ ବ୍ୟବସ୍ଥା ମଧ୍ୟ କରାଯାଇଛି। ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ୍ କମାଣ୍ଡ୍ ଆଣ୍ଡ୍ କଣ୍ଟ୍ରୋଲ୍ ସିଷ୍ଟମ୍ କରାଯାଇଛି। ଏହି ଇଣ୍ଟିଗ୍ରେଟେଡ୍‌ଦ୍ଭ କଣ୍ଟ୍ରୋଲ ରୁମ୍‌ରେ ରହି ୨୭୫ଟି ଏଆଇ କ୍ୟାମେରା ମାଧ୍ୟମରେ ଉତ୍ତରା ଛକରୁ ପୁରୀ ସହର, ପୁରୀରୁ କୋଣାର୍କ ଓ ପୁରୀ ସହରାଞ୍ଚଳର କୌଣସିଠାରେ ଟ୍ରାଫିକ୍ ଜାମ୍ ସମସ୍ୟାର ମୁକାବିଲା ପାଇଁ ନିଷ୍ପତ୍ତି ନେଇହେବ। ସେହିପରି ଆଣ୍ଟି ଡ୍ରୋନ୍‌? ସିଷ୍ଟମ୍‌, ବହୁ ସଂଖ୍ୟାରେ ଆଣ୍ଟି ସାବୋଟାଜ୍ ଟିମ୍‌, ଡଗ୍ ସ୍କ୍ୱାଡ୍ ମୁତୟନ ରହିଛି। ସେହିପରି ଚଳିତବର୍ଷ ୨୧ ଆଇପିଏସ୍‌, ୧୨ଶହ ଅଫିସରଙ୍କ ସହିତ ୨୦୫ ପ୍ଲାଟୁନ୍ ପୁଲିସ ଫୋର୍ସର ବ୍ୟବସ୍ଥା କରାଯାଇଛି। ଜଳପଥ ତଟ ସୁରକ୍ଷା ପାଇଁ ମେରାଇନ୍ ପୁଲିସ ଟିମ୍‌, କୋଷ୍ଟଗାର୍ଡ, ନୌବାହିନୀ (ନାଭାଲ୍‌)ର ପାଟ୍ରୋଲିଂ ରହିବ। କୋଷ୍ଟଗାର୍ଡର ଆଉ ଏକ ଟିମ୍ ଆକାଶମାର୍ଗରୁ ସମୁଦ୍ରକୂଳକୁ ତୀକ୍ଷ୍ଣ ନଜର ରଖିବେ। ଟ୍ରାଫିକ୍ ବ୍ୟବସ୍ଥାର ସୁବନ୍ଦୋବସ୍ତ କରିବା ପାଇଁ ଏକ ନୂଆ ଆପ୍ ଖୋଲାଯିବ। ଏହି ଆପ୍ ମାଧ୍ୟମରେ ଲୋକମାନେ ଯା’ଆସ କରିବାକୁ ଅନୁରୋଧ କରାଯାଇଛି।

Next Post

ତୁଳସୀକ୍ଷେତ୍ରରେ ଘୋଷଯାତ୍ରା ଶ୍ରୀଗୁଣ୍ଡିଚାରେ ବ୍ରହ୍ମ ତାଳଧ୍ୱଜରେ ଶ୍ରୀବଳଦେବଜୀଉ ଏକଘଣ୍ଟା ବିଳମ୍ବରେ ଟଣାଗଲା ବ୍ରହ୍ମ ତାଳଧ୍ୱଜ

Fri Jun 27 , 2025
କେନ୍ଦ୍ରାପଡ଼ା,୨୭ା୬: ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମରେ ସତେ ଯେମିତି ଫାଟି ପଡୁଥିଲା ତୁଳସୀକ୍ଷେତ୍ରାଧିପତି ଶ୍ରୀବଳଦେବଜୀଊଙ୍କ ରଥଦାଣ୍ଡ। ଘଣ୍ଟ, ଘଣ୍ଟା, ମୃଦଙ୍ଗ, କାହାଳୀ ଶବ୍ଦରେ ପ୍ରକମ୍ପିତ ହୋଇ ଉଠିଥିଲା ତୁଳସୀକ୍ଷେତ୍ର ରଥଦାଣ୍ଡର ଗଗନ ପବନ। ବ୍ରହ୍ମ ତାଳଧ୍ୱଜ ରଥକୁ ଛୁଇଁବା ପାଇଁ ଭକ୍ତମାନଙ୍କ ମଧ୍ୟରେ ବେଶ ଆବେଗ ବଢି ଯାଇଥିଲା। ଭକ୍ତ ଓ ଭଗବାନଙ୍କ ମିଳନ ବର୍ଷକରେ ଥରେ ଥିଲା ବେଶ ଭାବବିହ୍ୱଳିତ। ଭକ୍ତମାନଙ୍କ ଆଖିରୁ ଝରି ପଡ଼ୁଥିଲା ଅଶ୍ରୁ। […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading