
ପଟ୍ଟାମୁଣ୍ଡାଇ ତା ୭/୮-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଚଳିତ ବର୍ଷର ପ୍ରଥମ ବନ୍ୟା ପାଣି ପ୍ରବେଶ କରିଛି । ଲଘୁ ଚାପଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଂଚଳ ଭାବେ ପରିଚିତ ସିଂହଗାଁ ପଂଚାୟତକୁ ଯାତାୟାତ ବଡ ଉପୁଯିଛି ତ୍ଡ଼୍ବା ବେଳେ ସିଂହଗାଁ, କୃଷ୍ଣଦାସପୁର ରାଉଳିଆଡିଆ, ପାଣିସାଉଁଳିଆ ଆଦି ଅଂଚଳରେ ବନ୍ୟା ଜଳ ପ୍ରବେଶ କରିଛି । ସେହିପରି ଅଳପୁଆ ପଂଚାୟତ ଗୋଜିଆକଣ, ବିଲମଳିକସାହି, ବେହେରାସାହି, ମିଶ୍ରବାଗ,ଶାସନ ସେଠୀସାହି, ଜେନାସାହି, ପାହାନ୍ତାସିଂହ ସାହି,ତରଡ଼ିପାଳ ପଂଚାୟତରପୋଖରୀକୂଳ,ଗୋପାଳପୁର,ଜେନାସାହି, ବିଶ୍ୱାଳ ସାହି, ନାଥସାହି, ମଳିକସାହି,ଘାଗରା ଡିଆ, ପେଣ୍ଠପାଳ ପଂଚାୟତର କୂଳସାହି, କୋଳଥିଆ, ବାଲିକିରା, ଦାଣ୍ଡିସାହି,ଅଣ୍ଢରା ପଂଚାୟତର ବ୍ରହ୍ମପୁର,ବିଷ୍ଣୁପୁର, ବ୍ରାହ୍ମଣସାହି, ଦାଣ୍ଡିଉପର, ଅମୃତମଣୋହି ପଂଚାୟତର ନୂଆଡିଆ, ଜଗନ୍ନାଥପୁର, ଶାନ୍ତିପଡା, ସିଦ୍ଧବାଲି, ବଲୁରିଆ ପଂଚାୟତର ଫୁଲପାଟଣା ଆଦି ଅଂଚଳର ଶହ ଶହ ଏକର ଚାଷଜମିରେ ବନ୍ୟା ପାଣି ମାଡି ଯାଇଛି । ନିକଟ ଅତୀତ ରେ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳରେ କୁମ୍ଭୀର ଆକ୍ରମଣ ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଓ ସମ୍ପ୍ରତି ବନ୍ୟା ବିପନ୍ନ ଅଂଚଳରେ କୁମ୍ଭୀର ଦେଖାଯାଉଥିବା ଖବର ଜଣାପଡିବା ପରେ ଲୋକମାନଙ୍କ ମଧ୍ୟରେ ଘୋର ଆତଙ୍କ ସୃଷ୍ଟି ହୋଇଛି । ସେହିପରି ପଟ୍ଟାମୁଣ୍ଡାଇ ବ୍ଲକର ଶ୍ରୀରାମପୁର, ଡାମରପୁର, ନୀଳକଣ୍ଠପୁର, ବାଲିପାଟଣା, ବାଛରା, ବଳଭଦ୍ରପୁର ଶାସନ ଆଦି ପଂଚାୟତର ଚାଷଜମିରେ ବନ୍ୟା ଜଳ ମାଡି ଯାଇଛି । ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ବାଲିପଡ଼ା, କଷଣଅଣ୍ଟା, ତଳବାଲିପଡ଼ା, ସିଦ୍ଧପାଟଣା, ବଳଦେବନଗର, ତନୁପୁର, ନନ୍ଦିନୀନଗର, କାକୁଡିପଲ୍ଲୀ, ନୂଆଗାଁ ଅଳଭା, ଷଣ୍ଢପଲ୍ଲୀ ଆଦି ଅଂଚଳର ଚାଷ ଜମିରେ ବନ୍ୟା ଜଳ ପ୍ରବେଶ କରିଛି ।
