ସ୍ୱାସ୍ଥ୍ୟ ବିଭାଗର ସମସ୍ତ ଯୋଜନା ଓ କାର୍ଯ୍ୟକ୍ରମ ବିଷୟରେ ଲୋକଙ୍କୁ ସଚେତନ କର-ବିଧାୟକ

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ସ୍ୱାସ୍ଥ୍ୟ ମିଶନ ବୈଠକ

blank

କେନ୍ଦ୍ରାପଡ଼ା,୬ା୯: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ସ୍ୱାସ୍ଥ୍ୟ ମିଶନ ବୈଠକ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସଙ୍କ ସଭାପତିତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭିତ୍ତିଭୂମି, ଷ୍ଟାଫ ପୋଜିସନ ସମେତ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ସ୍ୱାସ୍ଥ୍ୟ ବିଭାଗର ସମସ୍ତ କାର୍ଯ୍ୟକ୍ରମ, ଯୋଜନାଗୁଡିକ ଯେପରି ତୃଣମୂଳ ସ୍ତରକୁ ଯିବ ଏବଂ ଜନସାଧାରଣ ଜାଣିବା ସହିତ ଉପକୃତ ହେଇପାରିବେ ସେଥିପ୍ରତି ଦୃଷ୍ଟି ଦେବାକୁ ବିଧାୟକ ଗଣ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଡାକ୍ତର ସମସ୍ୟା, ଆମ୍ବୁଲାନ୍ସ,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଇସିୟୁ ବ୍ୟବସ୍ଥା, ସଠିକ ଭାବରେ ଭିନ୍ନକ୍ଷମଙ୍କୁ ସାର୍ଟିଫିକେଟ ପ୍ରଦାନ ସହିତ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ଆଳି ବିଧାୟକ ପ୍ରତାପ କେଶରୀ ଦେବ, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ସାଂସଦଙ୍କ ପ୍ରତିନିଧି ସୁନାକାର ବେହେରା, ଜିଲ୍ଲା ପରିଷଦ ଉପସଭାପତି ଭୀଷ୍ମ ମହାନ୍ତି, ସମସ୍ତ ବ୍ଲକ ଅଧ୍ୟକ୍ଷ, ଜିଲ୍ଲାପାଳ ରଘୁରାମ ଆର ଆୟାର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମନୋରଞ୍ଜନ ରାଉତ, ଏଡିଏମଓ ଡା. ପ୍ରମୋଦ କୁମାର ପ୍ରହରାଜ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡା. ସଚ୍ଚିଦାନନ୍ଦ ମିଶ୍ର, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଗୌରାଙ୍ଗ ଚରଣ ଗିରି, ପ୍ରଶାସନିକ ଅଧିକାରୀ ଦିଲୀପ କୁମାର ନାୟକ, ବିତ୍ତ ଅଧିକାରୀ ଆଶୁତୋଷ ତ୍ରିପାଠୀ ସମେତ ସମସ୍ତ ବିଭାଗୀୟ ଅଧିକାରୀ, ସମସ୍ତ ଲାଇନ ବିଭାଗ, ଡିପିଏମ ଏନଏଚଏମ, ସହକାରୀ ଯନ୍ତ୍ରୀ ବିଚିତ୍ର ମୋହନ ଜେନା, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଅଧୀକ୍ଷକ, ବ୍ଲକ ଓ ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ପ୍ରମୁଖ ଉପସ୍ଥିତ ଥିଲେ। ଡେପୁଟି ମ୍ୟାନେଜର(ପ୍ରଜନନ ଓ ଶିଶୁ ସ୍ୱାସ୍ଥ୍ୟ) ସୁକାନ୍ତ କୁମାର ପ୍ରଧାନ ସଭାକୁ ସଂଯୋଜନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।

Next Post

ସାଧୁ ସ୍ୱାଧାୟ ସଙ୍ଗମ କାର୍ଯ୍ୟକ୍ରମ ଉଦଯାପିତ

Sat Sep 6 , 2025
କେନ୍ଦ୍ରାପଡ଼ା,୬ା୯:ପବିତ୍ର ସୁନିଆର ଶୁଭମୁହୂର୍ତ୍ତରେ ପ୍ରାନ୍ତ ଧର୍ମଜାଗରଣ ସମନ୍ୱୟ ସଂସ୍କୃତି ଆୟମ ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ଧର୍ମଜାଗରଣ ସମନ୍ୱୟ ସହଯୋଗରେ ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ତତ୍ୱାବଧାନରେ “ସାଧୁ ସ୍ୱାଧାୟ ସଙ୍ଗମ -୨୦୨୫” ନାମରେ ଏକ ଭବ୍ୟ କାର୍ଯ୍ୟକ୍ରମ ଗୁରୁବାର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଆୟୋଜନ କରାଯାଇଥିଲା। ପୂଜ୍ୟ ସ୍ୱାମୀ ବ୍ରହ୍ମାନନ୍ଦଜୀ, ପ୍ରାନ୍ତ ସଂସ୍କୃତି ପ୍ରମୁଖ ସ୍ୱାମୀ ସ୍ମୃତିସାଗର ମହାରାଜ, ସ୍ୱାମୀ ସଚ୍ଚିଦାନନ୍ଦ ମହାରାଜ, ସ୍ୱାମୀ ବିଶ୍ୱନାଥ ମହାରାଜ,ତ୍ରୈଲୋକ୍ୟକେଶରୀ ଭାରତୀ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading