ଗରାପୁର ଶିବାନନ୍ଦ ଆଶ୍ରମରେ ଓ ଆନନ୍ଦମାର୍ଗ ବିଦ୍ୟାଳୟରେ ବୃକ୍ଷରୋପଣ

blank

କେନ୍ଦ୍ରାପଡ଼ା,୧୭ା୯:ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପକ୍ଷରୁ ବୁଧବାର ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଶ୍ରମର ମୁଖ୍ୟ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଯୋଗଦେଇ ପରିବେଶର ସୁରକ୍ଷା ନିମନ୍ତେ ବୃକ୍ଷରୋପଣ ଅତ୍ୟନ୍ତ ଜରୁରୀ ବୋଲି କହିଥିଲେ। ଏଥିସହିତ ଶିବାନନ୍ଦ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷରୋପଣ ପାଇଁ ପ୍ରୋତ୍ସାହିତ କରି ପ୍ରତ୍ୟେକ ଅନୁନ୍ୟ ଦୁଇଗୋଟି ବୃକ୍ଷର ଚାରା ରୋପଣ କରିବାକୁ କହିଥିଲେ। ଏହି ଅବସରରେ ଶ୍ରୀମା ଆଶ୍ରମ ପରିସରରେ ବିଭିନ୍ନ ବୃକ୍ଷର ଚାରା ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାମନ୍ଦିରର ଗୁରୁଜୀ,ଗୁରୁମା, ବ୍ରହ୍ମଚାରୀ ନୃସିଂହନାଥ ଦାସଙ୍କ ସମେତ ବହୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ଉପସ୍ଥିତ ଥିଲେ।

blank
ସେହିପରି ଗରାପୁରସ୍ଥିତ ଆନନ୍ଦମାର୍ଗ ବିଦ୍ୟାଳୟ ପରିସରରେ ବୁଧବାର ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ମୁଖ୍ୟ ବିକାଶାନନ୍ଦ ଅବଧୂତ ଯୋଗଦେଇ ଆନନ୍ଦମାର୍ଗ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ମିଶି ବିଦ୍ୟାଳୟ ପରିସରରେ ବିଭିନ୍ନ ବୃକ୍ଷର ଚାରା ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଅଂଶଗ୍ରହଣ କରିଥିଲେ।

Next Post

ଜିଲ୍ଲା ସ୍ତରୀୟ ଏକ ପେଡ ମା କେ ନାମ ବିଶାଳ ଚାରାରୋପଣ ଅଭିଯାନ

Wed Sep 17 , 2025
କେନ୍ଦ୍ରାପଡ଼ା,୧୭ା୯:ଜିଲ୍ଲା ପ୍ରଶାସନ, ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ “ଏକ ପେଡ ମା କେ ନାମ ତଥା “ମା ପାଇଁ ଗଛଟିଏ” ଏକ ବିଶାଳ ଚାରାରୋପଣ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ରାଜନଗର ବ୍ଲକ ପେଣ୍ଠ ସମୁଦ୍ରକୂଳ ବର୍ତ୍ତର୍ୀ ଦୋବନ୍ଧି ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading