ତୁଳସୀ ମହିଳା କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ

blank
କେନ୍ଦ୍ରାପଡ଼ା,୯ା୩:ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବାସନ୍ତୀ ଶୁକ୍ଳାଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ନାରୀ ସଶକ୍ତିକରଣ ସମ୍ପର୍କରେ ଅଧ୍ୟକ୍ଷା ଡ. ଶୁକ୍ଳା ଏକ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ। ନାରୀ ନିଜର ଆତ୍ମବିଶ୍ୱାସ, ସାହସ ଓ କାର୍ଯ୍ୟଦକ୍ଷତା ମାଧ୍ୟମରେ ସଫଳତା ପାଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ଓଡିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପିକା ଡ. ଏଲୋରା କବି ନାରୀମାନେ ସୁରକ୍ଷିତ ହେଲେ ସମଗ୍ର ସମାଜର ଉନ୍ନତି ହୋଇପାରିକ ବୋଲି କହିଥିଲେ। ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ପ୍ରଫେସର ସବିତା ଦାସ ଏକ ସୁନ୍ଦର ବିଶ୍ୱଗଠନ କରିବାରେ ନାରୀମାନଙ୍କ ଗୁରୁତ୍ୱପୂର୍ଣ ଭୂମିକା ରହିଛି ବୋଲି ମତବ୍ୟକ୍ତ କରିଥିଲେ। ଇଂରାଜୀ ବିଭାଗ ମୁଖ୍ୟ ପ୍ରଫେସର ତପନ କୁମାର ଦାସ କନ୍ୟା, ଭଗିନୀ, ଜାୟା ଓ ମା’ ରୂପରେ ନାରୀ ବନ୍ଦନୀୟା ବୋଲି କହିଥିଲେ। ଆଇ. କ୍ୟୁ. ଏ. ସି. ସେଲ ସଂଯୋଜିକା ଡ. ଏରିକା ମହାନ୍ତି ମହିଳା ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଗଣିତ ବିଭାଗ ମୁଖ୍ୟ ପ୍ରଫେସର ନିବେଦିତା ନାୟକ ମହିଳା ବିବସରେ ଚଳିତ ବର୍ଷର ଥିମ ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମହାବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ପାଇଁ ଶପଥ ନେଇଥିଲେ। ଶେଷରେ ବାଗ୍ମୀ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ।

Next Post

କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ସାଧାରଣ ବୈଠକ

Mon Mar 9 , 2026
କେନ୍ଦ୍ରାପଡ଼ା,୯ା୩:କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ଆଳି ବିଧାୟକ ପ୍ରତାପକେଶରୀ ଦେବ, ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ଜିଲ୍ଲାପାଳ ରଘୁରାମ ଆର.ଆୟର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା […]

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading