ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ କେନ୍ଦ୍ରାପଡାର ତେଜ ତନ୍ମୟ ପ୍ରଥମ

blank
କେନ୍ଦ୍ରାପଡ଼ା,୩ା୪:ରାଜ୍ୟ ସ୍ତରୀୟ ଓଡିଶା ଦିବସ ସମାରୋହ-୨୦୨୬ ପାଳନ ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ କେନ୍ଦ୍ରାପଡା ସେଣ୍ଟ ଜାଭିୟର ହାଇସ୍କୁଲର ଛାତ୍ର ତେଜ ତନ୍ମୟ ପ୍ରଥମ ସ୍ଥାନ ଅଧିକାର କରି କେନ୍ଦ୍ରାପଡା ପାଇଁ ଗୈାରବ ଆଣି ଦେଇଛନ୍ତି। ଏହି ଉପଲକ୍ଷେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ତେଜ ତନ୍ମୟଙ୍କୁ ପୁଷ୍ପଗୁଛ, ପ୍ରମାଣପତ୍ର ଓ ୫ହଜାର ଟଙ୍କାର ଅର୍ଥରାଶି ପୁରସ୍କାର ପ୍ରଦାନ କରିଥିଲେ। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ଏବଂ ଗୃହ ବିଭାଗର ଅତିରିକ୍ତ ମୁଖ୍ୟଶାସଚ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଅନ୍ୟତମ ଅତିଥି ଭାବେ ଏକାମ୍ର-ଭୁବନେଶ୍ୱର ବିଧାୟକ ବାବୁ ସିଂ ଓ ମୁଖ୍ୟଶାସନ ସଚିବ ଅନୁ ଗର୍ଗ ଉପସ୍ଥିତ ଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ତନ୍ମୟ ୫ଟି ରାଜ୍ୟ ସ୍ତରୀୟ ପୁରସ୍କାର ପାଇ ସାରିଲେଣି। ଏଥିସହିତ ତନ୍ମୟ କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ୯୧ତମ ଓଡିଶା ଦିବସ ପାଳନ ଅବସରରେ ଅନୁଷ୍ଠିତ ବକ୍ତୃତା ପ୍ରତିଯୋଗିତାରେ ମଧ୍ୟ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ତନ୍ମୟ ଜଣେ ମେଧାବୀ ଛାତ୍ର ହୋଇଥିବା ବେଳେ ସେଣ୍ଟକେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଅୟୋଜିତ ପ୍ରତିଯୋଗିତା ଗୁଡିକରେ ଅଂଶଗ୍ରହଣ କରି କୃତିତ୍ୱ ହାସଲ କରି ଆସୁଛନ୍ତି। ସେଣ୍ଟ୍ ଜାଭିୟର ହାଇସ୍କୁଲର ଅଧ୍ୟକ୍ଷ ନିରଞ୍ଜନ ବେହେରା ତନ୍ମୟଙ୍କ ଏହି କୃତିତ୍ୱ ପାଇଁ ତାଙ୍କୁ ଶୁଭେଛା ଜଣାଇବା ସହ ତାଙ୍କର ଉତରତ୍ତୋର ଉନ୍ନତି କାମନା କରିଛନ୍ତି। ଉଦୀୟମାନ ତାରକା ତେଜ ତନ୍ମୟ ହେଉଛନ୍ତି ଏକ ଔଷଧ କମ୍ପାନୀର ଆଞ୍ଚଳିକ ପ୍ରବନ୍ଧକ ଥିବା ପ୍ରଫୁଲ୍ଲ କୁମାର ଜେନା ଓ ମିନତୀପ୍ରଭା ସ୍ୱାଇଁଙ୍କ ଏକମାତ୍ର ପୁତ୍ର। ଏହି ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଛି।

Next Post

ଖଡିଛୁଆଁ ଆମ ଓଡିଆ ସଂସ୍କୃତିରେ ଏକ ପବିତ୍ର ପରମ୍ପରା

Sat Apr 4 , 2026
ବେଲତଳ ପ୍ରକଳ୍ପ ୟୁପି ବିଦ୍ୟାଳୟଠାରେ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ୪/୪ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବେଲତଳ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବିଶ୍ୱରଞ୍ଜନ ଦାଶଙ୍କ ତତ୍ୱାବଧାନରେ ପ୍ରବେଶ ଉତ୍ସବ ପାଳନ ଅବଶରରେ ଅତିଥି ଭାବେ କାଉନସିଲର ଗୋପିବହ୍ଲଭ ନାୟକ, ଆଇନଜୀବୀ ଗୋପିନାଥ ତ୍ରିପାଠୀ ଓ ପୂର୍ବତନ ପ୍ରଧାନ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading