ସମ୍ଭାବ୍ୟ ବର୍ଷାକୁ ନେଇ ବିଭାଗର ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ , ମୁଖ୍ୟାଳୟ ନଛାଡିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ

blank
କେନ୍ଦ୍ରାପଡ଼ା,୨୭ା୫: ପାଣିପାଗ ବିଭାଗ ଦ୍ୱାରା ସୂଚନା ମୁତାବକ ଆଗାମୀ ଦୁଇ ତିନ ଦିନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବିଭାଗର ପ୍ରସ୍ତୁତିକୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଆଜି ସନ୍ଧ୍ୟାରେ ସମସ୍ତ ବିଭାଗ ସହିତ ସମୀକ୍ଷା କରିଛନ୍ତି। କଣ୍ଟ୍ରୋଲ୍ ରୁମ୍‌, ପାନୀୟ ଜଳ ବ୍ୟବସ୍ଥା ଶୁଖିଲା ଖାଦ୍ୟ ମହଜୁଦ, ଜେନେରେଟର, ଔଷଧ, ବାତ୍ୟା ଆଶ୍ରୟ ସ୍ଥଳ ସ୍ଥିତି, ଡ଼ଙ୍ଗାର ସ୍ଥିତି ସହିତ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାକୁ ପ୍ରସ୍ତୁତି ରଖିବାକୁ ଜିଲ୍ଲାପାଳ ଶ୍ରୀ ପ୍ରଧାନ ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସମସ୍ତ ଯନ୍ତ୍ରପାତି ଉପକରଣ ସଠିକ କରି ସଜାଗ ରହିବାକୁ ଜିଲ୍ଲାପାଳ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡା କୌଣସି ବି ଅଧିକାରୀ ଜିଲ୍ଲା ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ ଓସ୍ୱାନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ସମେତ ସମସ୍ତ ବିଭାଗର ଅଧିକାରୀ ବୈଠକରେ ଯୋଗ ଦେଇଥିଲେ। ଏହାଛଡା ଜିଲ୍ଲାର ସମସ୍ତ ବ୍ଲକ ଅଞ୍ଚଳରୁ ବିଡ଼ିଓ, ତହସିଲଦାରମାନେ ଭିଡିଓ କନଫୋରନସିଂ ମାଧ୍ୟମରେ ଯୋଡି ହୋଇ ବର୍ତ୍ତମାନ ପରିସ୍ଥିତି ଏବଂ ପ୍ରସ୍ତୁତିକୁ ନେଇ ଜିଲ୍ଲାପାଳଙ୍କୁ ଅବଗତ କରିଥିଲେ।


Discover more from Lokamata Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Next Post

କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବର୍ଗର କଳାକାରମାନଙ୍କ ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ : ଅଭିଯୋଗ ପୂରଣ ନହେଲେ ପ୍ରତିବାଦ ଚେତାବନୀ

Tue May 27 , 2025
କେନ୍ଦ୍ରାପଡ଼ା,୨୭ା୫: କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବର୍ଗର କଳାକାର, ସାହିତ୍ୟକ ଓ ସଂସ୍କୃତି ଗବେଷକଙ୍କ ସମିଶ୍ରଣରେ ଗଠିତ ସଂଗଠନ ଯେଉଁଥିରେ ଭଜନ, ପାଲା, ଗୋଡାନାଚ, ସଂକୀର୍ତ୍ତନ, କେନ୍ଦରାଗୀତ, ଭାଗବତ ଟୁଙ୍ଗୀ, ଓଡିଶୀ ନୃତ୍ୟ, ଲୋକନୃତ୍ୟ ଇତ୍ୟାଦି ସମସ୍ତ କଳାକାରମାନଙ୍କର ବିଭିନ୍ନ ଅସୁବିଧା ଓ ସମସ୍ୟାଗୁଡିକ ଜିଲ୍ଲାପାଳଙ୍କ ଅବଗତି ଓ ସମାଧାନ ପାଇଁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କୌଣସି ସମାଧାନ କିମ୍ବା ସହଯୋଗ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ମିଳୁନାହିଁ । […]
blank

ଲୋକମତ

Discover more from Lokamata Odisha

Subscribe now to keep reading and get access to the full archive.

Continue reading