ମୁଖ୍ୟମନ୍ତ୍ରଙ୍କ କେନ୍ଦ୍ରାପଡ଼ା ଗସ୍ତକୁ ନେଇ ଜିଲ୍ଲାପାଳନଙ୍କ ପ୍ରସ୍ତୁତି ବୈଠକ

blank
କେନ୍ଦ୍ରାପଡ଼ା, ୨୯.୦୫, ଆସନ୍ତା ଜୁନ ମାସ ୨ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ା ଗସ୍ତ ଆସିବେ ।ଏନେଇ ଗୁରୁବାର ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ବିଜେପି ଜିଲ୍ଲାସଭାପତି ଶଶାଙ୍କ ଶେଖର ସେଠୀ, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦେବାଶିଷ ଧଳ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ତହସିଲଦାର ଉପସ୍ଥିତ ଥିଲେ। ପ୍ରସ୍ତାବିତ କାର୍ଯ୍ୟକ୍ରମ ଅନୁସାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରାପଡ଼ାରେ ଭବ୍ୟ ସ୍ୱାଗତ ସହ ତ୍ରିରଙ୍ଗା ରାଲି କରିବେ ପରେ ବଳଦେବଜିଉଙ୍କୁ ଦର୍ଶନ ଏବଂ ସମୀକ୍ଷା ବୈଠକ କାର୍ଯ୍ୟକ୍ରମ ରହିଛି। ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ବିଭିନ୍ନ ଦାୟିତ୍ୱ ପ୍ରଦାନ କରିବା ସହିତ କିପରି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରାଯିବ ସେଥିପ୍ରତି ପ୍ରସ୍ତୁତିକୁ ଜୋରଦାର କରିବାକୁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Next Post

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ; ପ୍ରସ୍ତୁତକୁ ଜୋରଦାର କରିବା ସହିତ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ

Thu May 29 , 2025
କେନ୍ଦ୍ରାପଡ଼ା, ୨୯.୦୫.୨୦୨୫, ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ପ୍ରସ୍ତୁତ ରହି ତାହାର ପରିଚାଳନା କରିବା ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଦୁର୍ବଳ ନଦୀ ବନ୍ଦର ସ୍ଥିତି ଓ ଏହାର ମରାମତି, […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading