
କେନ୍ଦ୍ରାପଡ଼ା,୩ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଜିଲ୍ଲା ଭିଡ଼ିଓ କନଫୋରେନ୍ସ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଏହି କ୍ରମରେ କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ ଭିଡ଼ିଓ କନଫୋରେନସିଂରେ ଯୋଡ଼ି ହୋଇଥିଲା। ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲା କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ମହାକାଳପଡ଼ା ବିଧାୟକ ଡ଼ଃ. ଦୁର୍ଗା ପ୍ରସନ୍ନ ନାୟକ, ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଆଞ୍ଚଳିକ ପରିବହନ ଅଧିକାରୀ ଧୀରେନ୍ଦ୍ର କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ା ସହିତ ୨୧ ସ୍ଥାନରେ ସ୍ୱୟଂକ୍ରିୟ ପରୀକ୍ଷଣ ବ୍ୟବସ୍ଥାର ଶିଳାନ୍ୟାସ କରିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସଡ଼କ ସୁରକ୍ଷା ସଂକ୍ରାନ୍ତରେ ଶପଥ ପାଠ କରାଇଥିଲେ।
