କେନ୍ଦ୍ରାପଡ଼ା ଜିଲ୍ଲାକୁ ଏକ ଆଦର୍ଶ ଜିଲ୍ଲା ଭାବେ ଗଢ଼ି ତୋଳିବା ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ ଜିଲ୍ଲାର ଉନ୍ନୟନ କାର୍ଯ୍ୟକ୍ରମ ସମୀକ୍ଷା

blank

କେନ୍ଦ୍ରାପଡ଼ା, ୯/୬ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଶାସନର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିଲ୍ଲାରେ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଛନ୍ତି । ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ଘୋଷଣା କରିଛନ୍ତି ଯେ ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷର ଆରମ୍ଭ କେନ୍ଦ୍ରାପଡ଼ା ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟ ଆରମ୍ଭରୁ ହିଁ ହେବ। ସମୀକ୍ଷାରୁ ଜଣା ଯାଇଛି ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳ ସମ୍ପଦର ବିକାଶ ହେବା ପାଇଁ ଏବଂ ଏହି ଜିଲାରେ ଶିଳ୍ପର ବିକାଶ ପାଇଁ ଖୁବ ଶୀଘ୍ର ପଦକ୍ଷେପ ନିଆଯିବ।

blank

କେନ୍ଦ୍ରାପଡ଼ା ଅଂଚଳରେ ଥିବା ହେନ୍ତାଳ ଜଙ୍ଗଲକୁ ଆହୁରି ବ୍ୟାପକ କରିବା ପାଇଁ ଏବଂ ଭିତରକନିକା ଓ ଗହୀରମଥା ଅଂଚଳରେ ଇକୋ ଟୁରିଜିମକୁ ଆହୁରି ତ୍ୱରାନ୍ୱିତ କରାଯିବ। ଖୁବ୍ ଶୀଘ୍ର ବିଭିନ୍ନ ନୂତନ ପ୍ରକଳ୍ପ ଗୁଡ଼ିକ ଏହି ଜିଲ୍ଲାରେ ଉଦ୍‌ଘାଟନ ହେବା ପାଇଁ ଯାଉଛି । କେନ୍ଦ୍ରାପଡ଼ା ଠାରେ ମେଡିକାଲ କଲେଜ ସ୍ଥାପନ ଓ ମହାପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ ବିଷୟରେ ବିଧାୟକଗଣ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ହୋଇଛି । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠାରୁ ତଥ୍ୟ ନେବା ସହିତ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପ୍ରଶ୍ନ କରିଥିଲେ । ଯେଉଁ କାର୍ଯ୍ୟ ଗୁଡିକ ମନ୍ଥର ଗତିରେ କାର୍ଯ୍ୟକାରୀ ହେଉଛନ୍ତି ତାହାର କାରଣ ବୁଝି ଏଥିପାଇଁ ଯାଥୋଚିତ ପଦକ୍ଷେପ ନେବାପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ, ଜଙ୍ଗଲ ସୁରକ୍ଷା, ପର୍ଯ୍ୟଟନ, ଗ୍ରାମ୍ୟ ଉନ୍ନୟନ, ସଡ଼କ, ପରିବହନ, ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ, ମହିଳା ସଶକ୍ତିକରଣ, କୃଷି ସମେତ ଶିଳ୍ପ ସମ୍ବନ୍ଧରେ ବିଶଦ ଭାବେ ଜିଲ୍ଲାପାଳ ଓ ଅଧିକାରୀଙ୍କ ସହ କଥା ହୋଇଥିଲେ। କେନ୍ଦ୍ରାପଡ଼ା ଜିଲ୍ଲାରେ ଏହି ସବୁ କାର୍ଯ୍ୟର ଉପଯୁକ୍ତ କାର୍ଯ୍ୟନ୍ୱୟନ ଏବଂ ଏହାର କାର୍ଯ୍ୟକାରୀ ହାର ଦେଖି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଏହାର ଆହୁରି ପ୍ରଗତି ପାଇଁ ନିର୍ଦ୍ଦେଶ ଦେଇଥିଲେ।

blank
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଯଥା କେନାଲ, ରାସ୍ତା ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହା ସହିତ ଜନ ଶୁଣାଣୀ, ଭତ୍ତା ବଣ୍ଟନ , ବରିଷ୍ଠ ଅଧିକାରୀ ଓ ମାନ୍ୟବର ମନ୍ତ୍ରୀ ଙ୍କ ପରିଦର୍ଶନ, ମଧ୍ୟାହ୍ନ ଭୋଜନ ଯୋଜନା, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦୟ ଯୋଜନା, ମିଶନ ଶକ୍ତି ଇତ୍ୟାଦି ରେ ଉଲ୍ଲେଖନିୟ ସଫଳତା ପାଇଁ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଁ ଅଭିନନ୍ଦନ ଜଣାଉଛି। ଏହି କାର୍ଯ୍ୟଗୁଡ଼ିକ ଜନସାଧାରଣଙ୍କ ଜୀବନଧାରାକୁ ଉନ୍ନତ କରୁଛି। ସୁଭଦ୍ରା ଯୋଜନାରେ ଓ ଲକ୍ଷପତି ଦିଦି ଯୋଜନାରେ କେନ୍ଦ୍ରାପଡ଼ା ଜିଲ୍ଲା ଓଡ଼ିଶାରେ ଦ୍ୱିତୀୟ ସ୍ଥାନରେ ରହି ବିଶେଷ ଅଗ୍ରଗତି କରୁଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ସାଧୁବାଦ ଦେଇଛନ୍ତି।

blank
ଜିଲ୍ଲାରେ ବାଂଲାଦେଶୀ ଅନୁପ୍ରବେଶକାରୀ ମାନଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଚୋରା ବାଲି ଚାଲାଣ, ଆଇନ ଶୃଙ୍ଖଳା ଓ ସରକାରୀ କର୍ମଚାରୀ ଅଭାବ ଭଳି ଚ୍ୟାଲେଞ୍ଜଗୁଡ଼ିକ ସମ୍ପର୍କରେ ତଥ୍ୟ ଗ୍ରହଣ କରି ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଗାମୀ ଦିନରେ କେନ୍ଦ୍ରାପଡ଼ା ଜିଲ୍ଲାକୁ ଏକ ଆଦର୍ଶ ଜିଲ୍ଲା ଭାବେ ଗଢ଼ି ତୋଳିବା ଆମର ଲକ୍ଷ୍ୟ। ଏଥିପାଇଁ ନୂଆ ପ୍ରକଳ୍ପ ଯଥା ଶିଳ୍ପ ସ୍ଥାପନ, ପର୍ଯ୍ୟଟନ ବିକାଶ ଓ ନବୀକରଣୀୟ ଶକ୍ତି ଉପରେ ଧ୍ୟାନ ଦିଆଯାଉ। ଏହା ସମ୍ପର୍କରେ ଏକ ବିସ୍ତୃତ ଯୋଜନା ଆଗାମୀ ଏକ ମାସ ମଧ୍ୟରେ ପ୍ରସ୍ତୁତ କରନ୍ତୁ। ଯେଉଁ ସ୍ଥାନରେ ପାନୀୟଜଳର ଅସୁବିଧା ହେଉଛି ସେଠାରେ ଅଧିକାରୀ ମାନେ ଯଥାଶୀଘ୍ର ପଦକ୍ଷେପ ନେଇ କାର୍ଯ୍ୟ ସମାପ୍ତ କରନ୍ତୁ। ସ୍ୱାସ୍ଥ୍ୟ ସେବାରେ ଯେପରି କୌଣସି ଅସୁବିଧା ନହୁଏ ସେଥିପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସମୀକ୍ଷା ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଉସୀ ମାଆ ମନ୍ଦିର ଠାରୁ ଶ୍ରୀ ବଳଦେବଜୀଉ ମନ୍ଦିର ପର୍ଯ୍ୟନ୍ତ ଏକ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ମାଆ ଓ ଭଉଣୀ ମାନଙ୍କର ସିନ୍ଦୁରର ସୁରକ୍ଷା ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ନେଇଥିବା ପ୍ରତିଜ୍ଞା ଆଜି ସାରା ବିଶ୍ୱରେ ଗୁଞ୍ଜରିତ ହେଉଛି।

blank
ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଚତୁର୍ଦ୍ଧାମର୍ତ୍ତିଙ୍କୁ ଦର୍ଶନ କରିବା ପରେ ଜିଲ୍ଲା କୃଷି ରଥ ଓ ରାଜସ୍ୱ ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଉକ୍ତ ସମୀକ୍ଷା ବୈଠକରେ, ଆଳି ବିଧାୟକ ପ୍ରତାପ କେଶରୀ ଦେବ, କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ମହାକାଳପଡ଼ା ବିଧାୟକ ଡକ୍ଟର ଦୁର୍ଗା ପ୍ରସନ୍ନ ନାୟକ, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ ପାଟକୁରା ବିଧାୟକ, ଅରବିନ୍ଦ ମହାପାତ୍ର, ଜିଲ୍ଲାପରିଷଦ ସଭାପତି ଲିଲିତା ଦାସଙ୍କ ସମେତ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ ଓ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।


Discover more from Lokamata Odisha

Subscribe to get the latest posts sent to your email.

Leave a Reply

Your email address will not be published. Required fields are marked *

Next Post

କେନ୍ଦ୍ରାପଡ଼ାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

Mon Jun 9 , 2025
କେନ୍ଦ୍ରାପଡ଼ା, ୯/୬ – ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଅପେରସନ ସିନ୍ଦୁର ଅଧୀନରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ସ୍ଥାନୀୟ ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ହେଲିକପ୍ଟର ଯୋଗେ ଅବତାରଣ ପରର ବଡଦାଣ୍ଡକୁ ସଡ଼କ ମାର୍ଗରେ ଗସ୍ତ କରି ମାଉସୀମା ମନ୍ଦିର ଠାରୁ ବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରା ସାମିଲ ହୋଇଥିଲେ। […]
blank

ଲୋକମତ

Discover more from Lokamata Odisha

Subscribe now to keep reading and get access to the full archive.

Continue reading