ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ଆଲୋଚନାଚକ୍ର

blank
ପଟ୍ଟାମୁଣ୍ଡାଇ ତା ୨୯/୧୧- ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ଚାପ ନିୟଂତ୍ରଣ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଉମାକାନ୍ତ ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଭଦ୍ରକ ସ୍ୱୟଂ ଶାସିତ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଶ୍ରଦ୍ଧାଞ୍ଜଳି ସାହୁ ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ ବିଷୟ ଭିତ୍ତିକ ଆଲୋଚନା କରିଥିଲେ । ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପିକା ସରୋଜିନୀ ମିଶ୍ର ଅତିଥିପରିଚୟ ପ୍ରଦାନ କରିଥିଲେ । କଲେଜ ଆଇ କ୍ଯୁ ଏ ସି ସଂଯୋଜକ ଅଧ୍ୟାପକ ସୁଭାଶିଷ ମିଶ୍ର ଅଭିଭାଷଣ ପ୍ରଦାନ କରିଥିଲେ । ଶେଷରେ ପ୍ରାଣୀ ବିଜ୍ଞାନ ଅଧ୍ୟାପକ ରାଶେଶ ଦାସ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରାଣୀ ବିଜ୍ଞାନ ଲାବୋରେ୍ଟୋରୀ ଆସିଷ୍ଟାଣ୍ଟ ନିରଞ୍ଜନ ବାରିକ ଓ ଛାତ୍ର ଛାତ୍ରୀମାନେ ପରିଚାଳନା କରିଥିଲେ ।

Next Post

ସମ୍ପତ୍ତି ତାଲିକା ନଦେଲେ ପଦୋନ୍ନତି ହେବନି : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ

Sun Nov 30 , 2025
ଭୁବନେଶ୍ୱର ୩୦/୧୧- ରାଜ୍ୟ ସରକାର ସରକାରୀ ବାବୁଙ୍କ ସମ୍ପତ୍ତି ତାଲିକାକୁ ନେଇ କଠୋର ହେଇଛନ୍ତି । ସରକାରୀ ବାବୁମାନେ ସମ୍ପତ୍ତି ତାଲିକା ନଦେଲେ ପଦୋନ୍ନତି ହେବନାହିଁ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଚିଠି ଜାରି ହୋଇଛି । ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏନେଇ ସବୁ ବିଭାଗକୁ ଚିଠି ଲେଖିଛନ୍ତି । ଜାନୁଆରୀ ସୁଦ୍ଧା ସମ୍ପତ୍ତି ତାଲିକା ଦେବାକୁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହା ପୂର୍ବରୁ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading