ନୂଆ ବର୍ଷରେ ସମସ୍ତ ଅଧିକାରୀଙ୍କ ସହ ଆଲୋଚନା କଲେ ଜିଲ୍ଲାପାଳ , ଜିଲ୍ଲାକୁ ଏକ ନମ୍ବର ଜିଲ୍ଲାରେ ପରିଣତ କରିବାକୁ ଏକଜୁଟ ହୋଇ କାମକର

blank
କେନ୍ଦ୍ରାପଡ଼ା,୧ା୧:ନୂଆ ବର୍ଷ ଅବସରରେ ଗୁରୁବାର ପୂର୍ବାହ୍ନରେ ଜିଲ୍ଲାପାଳ ରଘୁରାମ ଆର. ଆୟର ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ବିଭିନ୍ନ ବିଭାଗର ଆଗାମୀ କାର୍ଯ୍ୟାପନ୍ଥା ସମ୍ପର୍କରେ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ଅଧିକାରୀ ମାନେ ନିଜ ନିଜ ବିଭାଗର ପ୍ରସ୍ତାବିତ କାର୍ଯ୍ୟ ଯେପରିକି ଅଡ଼ିଟୋରିୟମ ନିର୍ମାଣ ,ଅତିଥି ଭବନ, ଇଣ୍ଡୋର ହଲ, ସୁଇମିଂ ପୁଲ୍ ନିର୍ମାଣ, ଶୀତଳ ଭଣ୍ଡାର, ନୂତନ ରାସ୍ତା ନିର୍ମାଣ ସହିତ ଅନ୍ୟ ବିଭାଗର ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା। ବିଭାଗ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରତ୍ୟେକ ବିଭାଗର ସଫଳତା ହିଁ ଜିଲ୍ଲାର ସଫଳତା ବୋଲି ଜିଲ୍ଲାପାଳ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଡ଼ିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ ।

Next Post

କେନ୍ଦ୍ରାପଡାରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ

Fri Jan 2 , 2026
କେନ୍ଦ୍ରାପଡ଼ା,୧ା୧:କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ଝୁଲଣମଣ୍ଡପ ସମ୍ମୁଖରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ ପାଳିତ ହୋଇଯାଇଛି। ଦିବ୍ୟଜୀବନସଙ୍ଘ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ଓ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରାର୍ଥନା ଦିବସରେ ଜିଲ୍ଲାପାଳ ରଘୁରାମ ଆର.ଆୟାର ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ଶ୍ରୀମାଙ୍କ ଉଦ୍ୟମରେ ଆଜିକୁ ଦୀର୍ଘ ୯ବର୍ଷ ଧରି ପାଳିତ ହୋଇ ଆସୁଥିବା ବିଶ୍ୱଶାନ୍ତି ପ୍ରାର୍ଥନା ଦିବସ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading