
ପଟ୍ଟାମୁଣ୍ଡାଇ ୯/୩ – କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ପକ୍ଷରୁ ନୂତନ ଅପରାଧିକ ଆଇନର କାର୍ଯ୍ୟକାରିତା ସମ୍ପର୍କରେ ଏକ ସଚେତନାତା କାର୍ଯ୍ୟକ୍ରମ ରବିବାର ପୌରପରିଷଦ ପ୍ରେକ୍ଷାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ଆଦର୍ଶ ଥାନାଧିକାରିଣୀ ବନ୍ଦନା ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୌରନର୍ବାହୀ ଅଧିକାରୀ ପ୍ରଫୁଲ୍ଲ ବିଶ୍ୱାଳ, ସବଇସ୍ନ୍ପେକ୍ଟର ରତିରଞନ ନାୟକ ପ୍ରମୁଖ ଯୋଗ ଦେଇ ନୂଆ ଅପରାଧିକ ଆଇନର ସମ୍ପର୍କରେ ସଚେତନତା କରାଇଥିଲେ ।
ଭାରତୀୟ ସଂସଦ ତିନୋଟି ଐତିହାସିକ ଆଇନ ଯଥା ଭାରତୀୟ ଦଣ୍ଡବିଧି ସଂହିତା, ୧୮୬୦, କ୍ରିମିନାଲ ପ୍ରୋସିଜର କୋଡ, ୧୯୭୩ ଏବଂ ଭାରତୀୟ ପ୍ରମାଣ ଆଇନ, ୧୮୭୨କୁ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ସଂହିତା, ୨୦୨୩ ସହିତ ବଦଳାଇ ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ଏକ ପରିବର୍ତନମୂଳକ ପଦକ୍ଷେପ ଆରମ୍ଭ କରିଛି ବୋଲି ପୌରନର୍ବହୀ ଅଧିକାରୀ ବିଶ୍ୱାଳ କହିଥିଲେ । ସେହିପରି ଭାରତୀୟ ନ୍ୟାୟ ମୂଲ୍ୟବୋଧ ଉପରେ ଆଧାରିତ ଏହି ନୂତନ ଆଇନ ଭାରତୀୟ ନ୍ୟାୟ ପଦ୍ଧିକୁ ପ୍ରତିଫଳିତ କରି ଦଣ୍ଡମୂଳକ ଦୃଷ୍ଟିକୋଣରୁ ନ୍ୟାୟଭିତିକ ଆଭିମୁଖ୍ୟ ଆଡ଼କୁ ପରିବର୍ତନକୁ ସୂଚାଇଥାଏ । ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଏକ ଆପରାଧିକ ନ୍ୟାୟ ବ୍ୟବସ୍ଥା ସୃଷ୍ଟି କରିବା ଯାହା କେବଳ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ କରେ ନାହିଁ ବରଂ ଆଇନ ବ୍ୟବସ୍ଥାକୁ ମଧ୍ୟ ବଜାୟ ରଖେ, ସମସ୍ତଙ୍କ ପାଇଁ ସୁଲଭ ଓ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରେ। ଏହି ସଂସ୍କାର ଭାରତରେ ଏକ ସମାନ, ଆଧୁନିକ ଏବଂ ନ୍ୟାୟ ସମ୍ପନ୍ନ ଆଇନଗତ ଢାଂଚା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସୂଚିତ କରୁଛି ବୋଲି ଥାନା ଅଧିକାରିଣୀ ବନ୍ଦିତା ପାତ୍ର ଉପସ୍ଥିତ କାଉନସିଲର, ବିଭିନ୍ନ ପଂଚାୟତର ସରପଂଚ ସମିତିସଭ୍ୟ ମାନଙ୍କୁ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧିନ ଚଉଦକୁଲାଟ ଫାଣ୍ଡି ଅଧିକାରୀ ନୃସିଂହ ମହାନ୍ତିଙ୍କ ସମେତ ବହୁ ଲୋକପ୍ରତିନିଧି, ସରକାରୀ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇ ନୂତନ ଅପରାଧୀକ ଆଇନ ସମ୍ପର୍କରେ ମତ ବିନିମୟ କରିଥିଲେ ।
Discover more from
Subscribe to get the latest posts sent to your email.