
କେନ୍ଦ୍ରାପଡ଼ା,୨୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟ ପକ୍ଷରୁ ତାଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟି ଭୁବନମୋହନ ଦାସ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଗ୍ରାମର କର୍କଟରେ ପିଡିତ ଧ୍ରୁବ ଚନ୍ଦ୍ର ରାଉତଙ୍କ ପତ୍ନୀ ପ୍ରମିଳା ରାଉତଙ୍କ ଘରେ ପହଞ୍ଚି ତାଙ୍କୁ ଟ୍ରଷ୍ଟ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଆର୍ଥିକ ସହାୟତା ପ୍ରଦାନ ସମୟରେ ସ୍ୱୟଂଭୂବ ଦାସ ଓ ରତ୍ନାକର ସାର ଉପସ୍ଥିତ ଥିଲେ।
