ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ଓଡିଶା ଦିବସ ପାଳିତ

blank
ପଟ୍ଟାମୁଣ୍ଡାଇ ୧.୪ -ଆଜି ଓଡ଼ିଶା ଦିବସ ବା ଉତ୍କଳ ଦିବସ ,  ବହୁ ଉତ୍ସାହର ସହିତ ସମଗ୍ର ରାଜ୍ୟରେ ପାଳନ କରାଯାଉଛି। ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୯ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି । ଏହାକୁ ସ୍ମରଣୀୟ କରିବା ପାଇଁ ମଙ୍ଗଳବାର ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ପକ୍ଷରୁ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ବେଶ ଉତ୍ସାହ ଓ ଆଡମ୍ବର ସହ ଉତ୍କଳ ଦିବସ ପାଳନ ହୋଇଯାଇଛି ।

ବିକାଶ ପରିଷଦର ସଭାପତି ଗୋପିବଲ୍ଲଭ ନାୟକଙ୍କ ସାଭାପତିତ୍ୱ ପରିଷଦର ସମ୍ପାଦକ ଗୋପିନାଥ ତ୍ରିପାଠୀଙ୍କ ସଂଯୋଜୋନାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ରାଜନଗର ବିଧାୟକ ଧ୍ରୁବ ସାହୁ ଯୋଗଦେଇ ବରପୁତ୍ରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ କଲେଜ ପରିସରରେ ଥିବା ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ପ୍ରତିମୃତିରେ ମଲ୍ୟାପ୍ରଣ କରି ଉତ୍ସବ ଶୁଭାରମ୍ଭ କରିଥିଲେ । ସେ ତାଙ୍କ ଅଭିଭାଷଣରେ କହିଥିଲେ ଯେ ଉତ୍କଳ ହେଉଛି କଳା, ସଂସ୍କୃତି ଓ ବାଣିଜ୍ୟର ଏକ ପ୍ରମୁଖ ସ୍ଥାନ। ଜଙ୍ଗଲ ଓ ବିଭିନ୍ନ ପ୍ରାକୃତିକ ସମ୍ପଦ ଏହାର ଅନ୍ୟ ଏକ ବିଶେଷତ୍ୱ। ଓଡ଼ିଶାର ମନ୍ଦିରଗୁଡ଼ିକର କଳା ଭାସ୍କର୍ଯ୍ୟ, ଓଡ଼ିଶୀ ନୃତ୍ୟ, ବାନ୍ଧକଳା ସାରା ବିଶ୍ୱରେ ଓଡ଼ିଶାକୁ ଦେଇଛି ସ୍ୱତନ୍ତ୍ର ପରିଚୟ । ତ୍ୟାଗ, ତିତିକ୍ଷା, ବୀରତ୍ୱ, ବଳିଦାନର ଏହି ଭୂମି ଏକଦା ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ପରିଣତ କରିଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ୱଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ। ଗୋଟିଏ ପଟେ ଦେଶର ସ୍ୱାଧୀନତା ଲାଗି ଲଢ଼େଇ ଓ ତାରି ଭିତରେ ନିଜର ସ୍ୱତନ୍ତ୍ର ପରିଚୟ ଏବଂ ମାତୃଭାଷା ସୁରକ୍ଷା ପାଇଁ ହୋଇଥିବା ବଡ଼ ସଂଗ୍ରାମ ଜାରି ରଖିଥିଲେ ମହାନ ବରପୁତ୍ର ମାନେ । ଏହି ବୀରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ବା ଓଡିଶା ରାଜ୍ୟ ଗଠନ ହେଲା ବୋଲି ସେ ମତପ୍ରକାଶ କରିଥିଲେ ।ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ପୌରାଧ୍ୟକ୍ଷ ହେମନ୍ତ କୁମାର ସାହୁ, ପଂଚାୟତ ସମିତି ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ବହୁ କବି, ଗାଳ୍ପିକ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଶେଷରେ ବିକାଶ ପରିଷଦର ସମ୍ପାଦକ ଗୋପିନାଥ ତ୍ରିପାଠି ଧନ୍ୟବାଦ ଅପର୍ଣ କରିଥିଲେ ।

Next Post

କେନ୍ଦ୍ରାପଡା ମହାବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

Tue Apr 1 , 2025
କେନ୍ଦ୍ରାପଡ଼ା,୧ା୪ : କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଓତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ସଞ୍ଜୀବ କୁମାର ମହାନ୍ତି ମହାବିଦ୍ୟାଳୟ ପରିସରରେ ଥିବା ମହାତ୍ମାଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସ, ସ୍ୱାମୀ ବିବେକାନନ୍ଦ, ଉତ୍କଳ ଗୈାରବ ମଧୁସୁଦନ ଦାସ ଓ ଦୀନବନ୍ଧୁ ସାହୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷ ପ୍ରଫେସର ଡ. ମହାନ୍ତି ଛାତ୍ରଛାତ୍ରୀମାନଙ୍କୁ ଉତ୍କଳ ଦିବସ ପାଳନର […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading