କେନ୍ଦ୍ରାପଡା ମହାବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

blank
କେନ୍ଦ୍ରାପଡ଼ା,୧ା୪ : କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଓତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ସଞ୍ଜୀବ କୁମାର ମହାନ୍ତି ମହାବିଦ୍ୟାଳୟ ପରିସରରେ ଥିବା ମହାତ୍ମାଗାନ୍ଧୀ, ଉତ୍କଳମଣି ଗୋପବନ୍ଧୁ ଦାସ, ସ୍ୱାମୀ ବିବେକାନନ୍ଦ, ଉତ୍କଳ ଗୈାରବ ମଧୁସୁଦନ ଦାସ ଓ ଦୀନବନ୍ଧୁ ସାହୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ ଅଧ୍ୟକ୍ଷ ପ୍ରଫେସର ଡ. ମହାନ୍ତି ଛାତ୍ରଛାତ୍ରୀମାନଙ୍କୁ ଉତ୍କଳ ଦିବସ ପାଳନର ତାତ୍ପର୍ଯ୍ୟ ଓ ଓଡିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ କିଭଳି ଗଠନ ହୋଇଥରଲା ସେ ସମ୍ପର୍କରେ ପ୍ରାଞ୍ଜଳ ଭାବେ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି, ପ୍ରଫେସର ନନ୍ଦକିଶୋର ପରିଡା, ଅଧ୍ୟାପକ ଅଶୋକ କୁମାର ଦାସ, ରମାନାଥ ମହାନ୍ତି, ଡ. ଦେବକାନ୍ତ ଷଡଙ୍ଗୀ, ଦୀପା ସେନାପତି, ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Next Post

କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

Tue Apr 1 , 2025
କେନ୍ଦ୍ରାପଡ଼ା,୧ା୪ : କେନ୍ଦ୍ରାପଡାରେ ୯୦ତମ ଜିଲ୍ଲା ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜଜାଙ୍ଗସ୍ଥିତ ପୋଲିସ ରିଜର୍ଭ ପଡିଆରେ ଅନୁଷ୍ଠିତ ପ୍ୟାରେଡରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ଯୋଗଦେଇ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ କଟାରିଆ ପ୍ରଥମେ ରାଜ୍ୟାପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରାପ୍ତ ବାର୍ତ୍ତାକୁ ପାଠ କରିବା ପରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ । […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading