ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ପ୍ରସ୍ତୁତି ବୈଠକ

blank
କେନ୍ଦ୍ରାପଡା,୧୭ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ଶିକ୍ଷା ପରିଦର୍ଶକ ସଂଗଠନର ବାର୍ଷିକ ଉତ୍ସବ ନିମନ୍ତେ କାର୍ଯ୍ୟକାରୀ କମିଟିର ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନର ସଭାପତି ପୂର୍ଣ୍ଣାନନ୍ଦ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସାଧାରଣ ସମ୍ପାଦକ ନରୋତ୍ତମ ଜେନା ଆଭିମୁଖ୍ୟ ଜ୍ଞାପନ କରିଥିଲେ। ଏଥିସହିତ ବାର୍ଷିକ ଉତ୍ସବରେ ପ୍ରତିଭା ସମ୍ମାନ ପ୍ରଦାନ ଓ ବାର୍ଷିକ ମୁଖପତ୍ର “ସାୟଂପ୍ରଭା”ର ଉନ୍ମୋଚନ ସମ୍ପର୍କରେ ସବିଶେଷ ବିବରଣୀ ପ୍ରଦାନ କରିଥିଲେ। ସଂଗଠନର ଅନ୍ୟତମ ପ୍ରାଣ ପ୍ରତିଷ୍ଠାତା, ମାର୍ଗଦର୍ଶକ ତଥା ମୁଖ୍ୟ ଉପଦେଷ୍ଟା ମନ୍ମଥ କୁମାର ରାୟ ସଂଗଠନ ପ୍ରତିଷ୍ଠାର ମୁଖ୍ୟ ଉଦେଶ୍ୟ ଓ କାର୍ଯ୍ୟଧାରା ଉପରେ ବିଷଦ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ସଭ୍ୟ ହେମନ୍ତ କୁମାର ଜେନା, ଅକ୍ଷୟ କୁମାର ସ୍ୱାଇଁ, କୁଞ୍ଜବିହାରୀ ସାହୁ, ସୋମନାଥ ପଢିହାରୀ, ବଳଭଦ୍ର ନାୟକ, ନରହରି ପାତ୍ର, ବାଉରୀବନ୍ଧୁ ମୁଦୁଲି, ଆବାହକ ସନାତନ ତରାଇ, ପତ୍ରିକା ଓ ମିଡିଆ ସଂଯୋଜକ କାଶୀନାଥ ରାଉତରାୟ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆସନ୍ତା ମାର୍ଚ୍ଚ ୨୩ତାରିଖରେ ବାର୍ଷିକ ଉତ୍ସବ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ମାର୍ଚ୍ଚମାସ ପ୍ରଥମ ସପ୍ତାହରେ ଅନ୍ୟ ଏକ ଚୂଡାନ୍ତ ପ୍ରସ୍ତୁତି ବୈଠକ ଡାକିବାକୁ ସମ୍ପାଦକଙ୍କୁ ଦାୟୀତ୍ୱ ଅର୍ପଣ କରାଯାଇଥିଲା। ଶେଷରେ ଶ୍ରୀ ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ।

Next Post

ଗୁଲନଗର ପ୍ରାଥମିକ ସମବାୟ ସମିତି ଧାନମଣ୍ଡି ପରିଦର୍ଶନ କଲେ ବିଡିଓ

Mon Feb 17 , 2025
କେନ୍ଦ୍ରାପଡା,୧୭ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପ୍ରାଥମିକ ସମବାୟ ସମିତି ଧାନମଣ୍ଡିକୁ ପରିଦର୍ଶନ କରିଛନ୍ତି କେନ୍ଦ୍ରାପଡା ମଣ୍ଡଳ ଉନ୍ନୟନ ଅଧିକାରୀ ଅଭିଷେକ ସ୍ୱାଇଁ। ଏଥିସହିତ ବିଡିଓ ଶ୍ରୀ ସ୍ୱାଇଁ ଏହି ଧାନମଣ୍ଡିରେ କୈାଣସି ସମସ୍ୟା ରହିଛି କି ନାହିଁ ସେ ସମ୍ପର୍କରେ ସମିତିର ସମ୍ପାଦକ ନୃସିଂହ ଚରଣ ଦାସ ଓ ଉପସ୍ଥିତ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସମିତିର ସମ୍ପାଦକ ଶ୍ରୀ ଦାସ ସୂଚନା ଦେଇଥିଲେ ଯେ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading