ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ପରେ ପାକିସ୍ତାନ ପୁଣି କଲା ଆକ୍ରମଣ

blank

କଶ୍ମୀର ୧୦/୫- ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ, ପାକିସ୍ତାନ ପୁଣି ଥରେ ତାର ଅସଲ ଚେହେରା ଦେଖାଇଛି। ପାକ୍ ପୁଣି ଭାରତ ଉପରେ ଡ୍ରୋନ ଆଟାକ୍ କରିଛି। ପାକିସ୍ତାନ ଏଲଓସି ଉପରେ ପୁଣି ଗୁଳି ଚଳାଇଛି। ଯାହାର ଜବାବ ମଧ୍ୟ ଦେଇଛି ଭାରତୀୟ ସେନା। ଜମ୍ମୁର ଅନେକ ଅଞ୍ଚଳରେ ପାକିସ୍ତାନ ଗୁଳି ଚଳାଇଛି।

କିଛି ସମୟ ପୂର୍ବରୁ ଅସ୍ତ୍ରବିରତି ହୋଇଥିଲା। ଏନେଇ ସରକାର ଖବରଦାତା ସମ୍ମିଳନୀ କରି ସୂଚନା ଦେଇଥିଲେ। ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି। ହେଲେ ଏହାର ୩ ଘଣ୍ଟା ପରେ ପାକିସ୍ତାନ ଅସ୍ତ୍ରବିରତି ଭାଙ୍ଗିଛି। ଏଲଓସିରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ଅଖନୁର, ରଜୌରୀ ଓ ପୁଞ୍ଚରେ ଅସ୍ତ୍ରବିରତି ଉଲ୍ଲଙ୍ଘନ ହୋଇଛି। ଏନେଇ ଜାତୀୟ ଗଣମାଧ୍ୟମର ସୂଚନା ପ୍ରକାଶ ପାଇଛି। ଉଦାମପୁର, ଅଖନୋର, ନୋଶେରା, ପୁଞ୍ଚ, ମେଘର, ଜମ୍ମୁ, ସୁନ୍ଦରବାନୀ, ଆରଏସ ପୁର, ଆର୍ନିଆ ଏବଂ କାଥୁଆ ଅଞ୍ଚଳରେ ପ୍ରବଳ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି।

 

ଖବରଦାତା ସମ୍ମିଳନୀ କରି ସେ କହିଛନ୍ତି, ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି ହୋଇଛି। ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ଉଭୟ ସହମତି ହୋଇଛୁ। ଦୁଇ ଦେଶର ଡିଗିଏମଓ ସ୍ତରୀୟ କଥାବାର୍ତ୍ତା ପରେ ସହମତି ହୋଇଛି। ଆଜି ଅପରାହ୍ନ ୩ଟା ୩୫ରେ ଡିଜିଏମଓ ସ୍ତରୀୟ କଥାବାର୍ତ୍ତା ହୋଇଥିଲା। ୩ ବାହିନୀକୁ ଉଭୟ ଦେଶ ପକ୍ଷରୁ ସହମତି କଥା ଜଣାଇ ଦିଆଯାଇଛି। ଆସନ୍ତା ୧୨ ତାରିଖ ୧୨ଟାରେ ଡିଜିଏମଓ ସ୍ତରୀୟ ପୁଣି ଆଲୋଚନା ହେବ।

Next Post

ପାକିସ୍ତାନ ସହିତ ଯୁଦ୍ଧବିରତି ଘୋଷଣା ପରେ ୧୯୭୧ ଯୁଦ୍ଧରେ ପାକିସ୍ତାନ ବିରୁଦ୍ଧରେ ଐତିହାସିକ ବିଜୟକୁ ନେଇ ସୋସିଆଲ ମିଡିଆରେ ଇନ୍ଦିରା ଗାନ୍ଧୀଙ୍କ ମାନେ ପକାଉଛନ୍ତି

Sun May 11 , 2025
ନୂଆଦିଲ୍ଲୀ୧୧/୫-ଶନିବାର ସନ୍ଧ୍ୟାରେ ଯୁଦ୍ଧବିରତି ଘୋଷଣା ସହିତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାର ଅନ୍ତ ଘଟିଛି। ପାକିସ୍ତାନ ସହିତ ଯୁଦ୍ଧବିରତି ପରେ ସୋସିଆଲ ମିଡିଆରେ ୧୯୭୧ ଯୁଦ୍ଧ ସହିତ ତୁଳନା କରାଯାଉଛି। କଂଗ୍ରେସ ନେତା ଏବଂ ସାଧାରଣ ଜନତା ଇନ୍ଦିରା ଗାନ୍ଧୀଙ୍କ ୧୯୭୧ ଯୁଦ୍ଧରେ ପାକିସ୍ତାନ ବିରୁଦ୍ଧରେ ଐତିହାସିକ ବିଜୟ ଏବଂ କିପରି ସେ ଆମେରିକା ରାଷ୍ଟ୍ରପତି ରିଚାର୍ଡ ନିକ୍ସନଙ୍କ ଆଗରେ ମୁଣ୍ଡ ନୁଆଁଇ ନଥିଲେ ତାକୁ ମନେ […]
blank

ଲୋକମତ

Breaking News

https://v3.adxpremium.services/dashboard/register-publisher

Discover more from Lokamata Odisha

Subscribe now to keep reading and get access to the full archive.

Continue reading